କରୋନା ନେଇ ପିଲାଙ୍କଠାରେ ଦେଖାଯାଉଛି ଏଭଳି ଲକ୍ଷଣ…

ବେଙ୍ଗାଲୁରୁ,୨୯।୪: କରୋନା ସଂକ୍ରମଣ ଯୋଗୁ ଦିନକୁ ଦିନ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଯୋଗୁ ପିଲାଙ୍କ ମଧ୍ୟରେ ବହୁ ଅସ୍ବାଭାବିକ ଲକ୍ଷଣ ପ୍ରକାଶ ପାଇବାରେ ଲାଗିଛି। ଛୋଟ ପିଲାଙ୍କ ମଧ୍ୟରେ ଘରେ ବନ୍ଦ ରହିବା ଯୋଗୁ ଅତ୍ୟଧିକ କ୍ରୋଧ, ଚିଡ଼ିଚିଡ଼ାପଣ, ଆକ୍ରମଣାତ୍ମକ ମନୋଭାବ, ଶୋଇବା ସମ୍ପର୍କିତ ସମସ୍ୟା, ମାନସିକତାରେ ପରିବର୍ତ୍ତନ ଭଳି କେତେକ ଲକ୍ଷଣ ଦେଖାଦେଉଛି। ଏନେଇ ଏକ ଟୁଇଟର ମେସେଜ୍‌ ବେଶ୍‌ ଭାଇରାଲ ହେବାରେ ଲାଗିଛି। କେତେକ ଛୋଟ ପିଲା ଟିଭିରେ ପ୍ରସାରିତ ହେଉଥିବା କରୋନା ସମ୍ପର୍କିତ ଖବର ନେଇ ଭୟଭୀତ ହୋଇପଡୁଛନ୍ତି। ରିତେଶ୍‌ ବଙ୍ଗଲାନି ନାମକ ଜଣେ ବ୍ୟକ୍ତି ନିଜ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି ଯେ, ଘରେ ପିଲାଙ୍କ ହାତଗୋଡ଼ରେ ଖେଳକୂଦ ସମୟରେ ମାଡ଼ ଯୋଗୁ ଯନ୍ତ୍ରଣା ହେଲେ ସେମାନେ ପାଖକୁ ଆସି ମା ଅବା ବାପାଙ୍କୁ ପଚାରୁଛନ୍ତି ପ୍ଲିଜ୍‌ ଦେଖିଲ ଏଇଟା କ’ଣ କରୋନା ଲକ୍ଷଣ। ପାପା ମତେ କ’ଣ କରୋନା ହେଲା କି ଆଦି ପ୍ରଶ୍ନ ମଧ୍ୟ ପଚାରୁଛନ୍ତି। ରିତେଶ୍‌ଙ୍କ ଏହି ଟୁଇଟ୍‌ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ବହୁ ସଂଖ୍ୟକ ୟୁଜର ଶେୟାର କରିବା ସହିତ ବେଶ୍‌ ଭାବୁକ ମନ୍ତବ୍ୟମାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri