ବ୍ଲକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ସୁଚିସ୍ମିତା, ବିଜୟ ହାସଲ ପରେ ଭାଜପା ଶିବିରରେ…

ଧର୍ମଶାଳା, ୨୦।୧୧ (ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପାଇଁ ଆଜି ଉପନିର୍ବାଚନ ଭୋଟିଂ ସରିଯାଇଛି। ଅପ୍ରତିଦ୍ୱନ୍ଦୀ ଭାବେ ନିର୍ବାଚିତ ହୋଇ ବିଜୟ ହାସଲ କରିଛନ୍ତି ଏହି ପଞ୍ଚାୟତର କ୍ଷେତ୍ରପାଳ ଗ୍ରା:ପର ସମିତି ସଭ୍ୟା ସୁଚିସ୍ମିତା ଦାସ । ଆଜି କଡ଼ା ସୁରକ୍ଷା ବଳୟ ମଧ୍ୟରେ ବ୍ଳକ ପ୍ରଶାସନ ତରଫରୁ ଶାନ୍ତିଶୃଙ୍ଖଳାର ସହ ଏହି ନିର୍ବାଚନ ପରିଚାଳନା କରାଯାଇଛି। ଧର୍ମଶାଳା ତହସିଲଦାର ସମୀର ରଞ୍ଜନ ଦାସ ନିର୍ବାଚନ ଅଧିକାରୀ ଭାବେ ଅତିରିକ୍ତ ତହସିଲଦାର ଭବେଶ କୁମାର ମାଝୀ ମାଜିଷ୍ଟ୍ରେଟ ଦାୟିତ୍ୱ ତୁଲାଇଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପୋଲିସ ମୁଖ୍ୟାଳୟରୁ ୩ ପ୍ଲାଟୁନ ପୋଲିସ ଫୋର୍ସ ସହ ଯାଜପୁର ରୋଡ ଏସ୍‌ଡିପିଓ ଧର୍ମଶାଳା ଥାନାର ଭାରପ୍ରାପ୍ତ ଥାନାଧିକାରୀ ରମାକାନ୍ତ ନାୟକ ଜାରକା ବିଟ୍‌ ହାଉସ ପୋଲିସ ଅଧିକାରୀ ବିଜୟ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ଏହି ବ୍ଲକ ଅଧିନରେ ୪୫ଗୋଟି ପଞ୍ଚାୟତ ରହିଛି । ଚଳିତ ନିର୍ବାଚନରେ ସରକାର ପରିବର୍ତ୍ତନ ପରେ ବିଜେଡି ପରାଜୟ ହୋଇଛି। ସେହି ସମୟରେ ବିଜେଡିର ପୂର୍ବତନ ବିଧାୟକ ପ୍ରବଣ ବଳବନ୍ତ ରାୟଙ୍କ ଭାଇ ପ୍ରଭାତ ବଳବନ୍ତ ରାୟ ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱରେ ରହିଥିଲେ। ଚଳିତ ନିର୍ବାଚନରେ ସ୍ବାଧିନ ପ୍ରାର୍ଥୀ ଭାବେ ବିଧାୟକ ହିମାଂଶୁ ଶେଖର ସାହୁ ବିଜୟ ହାସଲ କରିଛନ୍ତି। ଏହା ପରେ ଅନେକ ସରପଞ୍ଚ ଓ ସମିତି ସଭ୍ୟ ବର୍ତ୍ତମାନ ବିଧାୟକ ହିମାଂଶୁଙ୍କ ଶିବିରରେ ରହିଛନ୍ତି। ବ୍ଲକରେ ଉନ୍ନତିମୂଳକ କାର୍ଯ୍ୟରେ ବାଧା ସୃଷ୍ଟି ହେବାରୁ ଅନେକ ସମିତି ସଭ୍ୟମାନେ ଅଗଷ୍ଟ ୧୧ ତାରିଖରେ ତତ୍କାଳୀନ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ଥିବା ପ୍ରଭାତ ବଳବନ୍ତରାୟଙ୍କ ବିରୋଧରେ ଅଧିକାଂଶ ସଭ୍ୟ ଅନାସ୍ଥା ପ୍ରସ୍ତାବ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଆଗତ କରିଥିଲେ। ପରେ ପୂର୍ବତନ ଅଧ୍ୟକ୍ଷ ଅଗଷ୍ଟ ୨୦ତାରିଖରେ ନିଜ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଆଜି ଅପ୍ରତିଦ୍ୱନ୍ଦ୍ୱୀ ଭାବେ ନିର୍ବାଚିତ ହୋଇ ବ୍ଲକ ଅଧ୍ୟକ୍ଷ ଭାବେ ବିଜୟ ହାସଲ ପରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଅଧ୍ୟକ୍ଷ ଧନ୍ୟବାଦ ଜଣାଇଛନ୍ତି। ବିଜୟ ହାସଲ ପରେ ଭାଜପା କର୍ମୀମାନେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜାରକା ବଜାର ପରିକ୍ରମା କରିଥିଲେ। କର୍ମୀମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?