୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍‌ୟୁସିଆଇ

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ ଓ ବାଙ୍କୀ ନିର୍ବାଚନ ମଣ୍ଡଳୀରୁ ମାଳବିକା ସାମଲ ପ୍ରତିଦ୍ୱନ୍ଦିତା କରିବେ। ଏନେଇ କଟକ ଗାନ୍ଧୀଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପାର୍ଟିର କଟକ ଜିଲା ସମ୍ପାଦକ ବିଶ୍ୱାବସୁ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସାଧାରଣ ଭଲଭାବରେ ଅବଗତ ଯେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟି କେନ୍ଦ୍ର ଓ ରାଜ୍ୟରେ କ୍ଷମତାସୀନ ଦଳଗୁଡିକର ଜନବିରୋଧୀ ନୀତି ଓ ପଦକ୍ଷେପ ବିରୋଧରେ ଲଗାତର ଗଣଆନ୍ଦୋଳନ କରିଆସୁଛି। ଦୁର୍ନୀତି ଅତୀତର ସମସ୍ତ ରେକର୍ଡ ଅତିକ୍ରମ କରିଛି। ରାଜ୍ୟର ସାଧାରଣ ମଣିଷର ସ୍ବାର୍ଥରକ୍ଷାର ଲଢେଇକୁ ଶକ୍ତିଶାଳୀ କରିବା ତଥା ସଂସଦ ଓ ବିଧାନସଭାରେ ସାଧାରଣ ମଣିଷର ସ୍ବରକୁ ପ୍ରତିଧ୍ୱନିତ କରିବା ପାଇଁ ଦଳର ଗଣଆନ୍ଦୋଳନରେ ପରୀକ୍ଷିତ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) କଟକ ଜିଲା କମିଟି ପକ୍ଷରୁ ଜନସାଧାରଙ୍କୁ ନିବେଦନ କରିଛନ୍ତି। ଏହି ସମ୍ମିଳନୀରେ ଲୋକ ସଭା ଓ ବିଧାନସଭାର ପ୍ରାର୍ଥୀଙ୍କ ସମେତ ଜିଲା କମିଟି ସଭ୍ୟ ବସନ୍ତ ନାୟକ, ବବି ବଳବନ୍ତରାୟ, ସିଦ୍ଧାର୍ଥ ରଥ, ଭାଗ୍ୟରବି ଦାସ, ବିନୋଦ ସେଠୀ, ଇଷା ଧର, ତରୁଣସେନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri