ବ୍ଲକ କାର୍ଯ୍ୟାଳୟ ଆଗରେ ଏସ୍‌ୟୁସିଆଇର ବିକ୍ଷୋଭ ପ୍ରଦର୍ଶନ

ଭୋଗରାଇ,୨୮।୨(ପ୍ରଦୀପ ଦାସ): ୧୪ ଦଫା ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ନିର୍ବାଚନ ମଣ୍ଡଳୀର ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଶାଖା ପକ୍ଷରୁ ଶୁକ୍ରବାର ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏସ୍‌ୟୁସିଆଇ କର୍ମକର୍ତ୍ତା ଏକାଠି ହୋଇ ଭୋଗରାଇ ଥାନା ଛକ ବସ୍‌ଷ୍ଟାଣ୍ଡରୁ ଏକ ଶୋଭାଯାତ୍ରାରେ ବାହାରି ଭୋଗରାଇ ବ୍ଲକ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ବିକ୍ଷୋଭ ବେଳେ ଆନ୍ଦୋଳନକାରୀ ବିଭିନ୍ନ ଦାବି ଉପସ୍ଥାପନ କରିଥିଲେ। ସୁବର୍ଣ୍ଣରେଖା ସଂସ୍କାର ଯୋଜନା, ଦକ୍ଷିଣ ଭୋଗରାଇର ପାଣି ନିଷ୍କାସନ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବା, ବିଦ୍ୟୁତ୍‌ ପ୍ରିପେ ସ୍ମାର୍ଟ ମିଟର ଯୋଜନା ପ୍ରତ୍ୟାହାର କରିବା, ଘରୋଇ ଗ୍ରାହକଙ୍କୁ ୩ଶହ ୟୁନିଟ ବିଦ୍ୟୁତ୍‌ ନିଃଶୁଳ୍କ ଯୋଗାଇଦେବା, ଅଗଣତାନ୍ତ୍ରିକ ଜାତୀୟ ଶିକ୍ଷାନୀତି ୨୦୨୦କୁ ବାତିଲ କରି ସାର୍ବଜନୀନ ଗଣତାନ୍ତ୍ରିକ ଧର୍ମନିରପେକ୍ଷ ବିଜ୍ଞାନ ସମ୍ମତ ଶିକ୍ଷା ପଦ୍ଧତି ପ୍ରଚଳନ କରିବା, ଡାକ୍ତରଖାନାଗୁଡିକରେ ଡାକ୍ତର, ନର୍ସ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ଦେଇ ଆବଶ୍ୟକୀୟ ଉଚ୍ଚମାନର ସ୍ବାସ୍ଥ୍ୟ ସେବା ଯୋଗାଇଦେବା, ସରକାର ସିଧାସଳଖ କୃଷକଙ୍କ ଠାରୁ କୃଷିଜାତ ସାମଗ୍ରୀ କିଣି ଶୀତଳଭଣ୍ଡାର ପ୍ରତିଷ୍ଠା କରିବା, ମାଙ୍କଡ଼ ଉପଦ୍ରବରେ ଚାଷୀଙ୍କୁ ସୁରକ୍ଷା ଯୋଗାଇ ଦେବାମୁ ଦାବି କରାଯାଇଥିଲା।

ଏପରିକି ବିକ୍ଷୋଭକାରୀମାନେ ହାତରେ ବିଭିନ୍ନ ପ୍ଲାକକାର୍ଡ ଧରି ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ l ଦୀର୍ଘ ସମୟ ବିକ୍ଷୋଭ ପରେ ଏସ୍‌ୟୁସିଆଇର ସଦସ୍ୟ କ୍ରିଷ୍ନା ରାଣୀ ସାହୁ, ଜିଲା ସମ୍ପାଦକ ନିରାକାର ପାଣ୍ଡ, ଉମାକାନ୍ତ ଦାସ, ସସ୍ମିତା ମାହାନ୍ତି, ହରେକୃଷ୍ଣ ଦାସ କଳ୍ପନା ଦାସ ପ୍ରମୁଖ ସରାକର ଦାବି ନ ମାନିଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଥିଲେ l ପରେ ଏକ ପ୍ରତିନିଧି ଦଳ ଭୋଗରାଇ ବିଡ଼ିଓ ପ୍ରଶାନ୍ତ ମହାରଣାଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri