ସୁଦାମ-ନବଚରଣ ଲଢ଼େଇ

ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ତୃତୀୟ ଦଳ ବାଜିମାତ୍‌ କରିବାର ସମ୍ଭାବନା ସୃଷ୍ଟି ହୋଇଛି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ମୟୂରଭଞ୍ଜ ଜିଲା ଲୋକସଭା ଆସନ ଉପରେ ସମସ୍ତଙ୍କର ଦୃଷ୍ଟି ରହିଛି। ରାଜନୀତି ମଇଦାନରେ ଟକ୍କର ଦେବାକୁ ଥିବା ଦୁଇ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ଦଳୀୟ ରଣନୀତି ଆରମ୍ଭ ହୋଇଛି। ଭାଜପା ପକ୍ଷରୁ ରାଇରଙ୍ଗପୁର ବିଧାୟକ ନବଚରଣ ମାଝି ଓ ବିଜେଡି ପକ୍ଷରୁ ବାଙ୍ଗରିପୋଷି ବିଧାୟକ ସୁଦାମ ମାରାଣ୍ଡିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ସୁଦାମଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ୧୯୯୦ରୁ ଅଦ୍ୟାବଧି ୫ଥର ବିଧାୟକ ଓ ଥରେ ସାଂସଦ ଭାବେ ନିର୍ବାଚିତ ହୋଇ ସେ ଲୋକଙ୍କ ପ୍ରିୟପାତ୍ର ହୋଇପାରିଛନ୍ତି। ୨୦୦୪ରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ରୁ ପ୍ରାର୍ଥୀ ହୋଇ ପ୍ରଥମେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ଜେଏମ୍‌ଏମ୍‌ରୁ ପୁନର୍ବାର ଟିକଟ ପାଇ ରାଜନୀତି ମଇଦାନରେ ଦ୍ୱିତୀୟ ସ୍ଥାନରେ ରହିଯାଇଥିଲେ। ପରେ ଜେଏମ୍‌ଏମ୍‌ ଛାଡ଼ି ବିଜେଡିରେ ମିଶିବା ପରେ ୨୦୧୪ରେ ବାଙ୍ଗରିପୋଷିରୁ ବିଧାୟକ ଭାବେ ନିର୍ବାଚିତ ହୋଇ ମନ୍ତ୍ରୀ ପଦ ହାତେଇଥିଲେ।
ସେହିପରି ନବଚରଣ ମାଝି ପ୍ରଥମ ଥର ବିଧାନସଭାକୁ ନିର୍ବାଚିତ ହେବା ପରେ ଭାଜପା ଦଳ ପକ୍ଷରୁ ଲୋକସଭା ପ୍ରାର୍ଥୀ ଭାବେ ମନୋନୀତ ହୋଇଛନ୍ତି। ସୁଦାମଙ୍କ ଭଳି ଟାଣୁଆ ନେତାଙ୍କ ପାଖରେ ନବଚରଣଙ୍କ ଲୋକପ୍ରିୟତା କମ୍‌ ରହିଛି। କେବଳ ରାଷ୍ଟ୍ରପତିଙ୍କ ଜିଲା ଭାବେ ଜିଲାବାସୀଙ୍କ ଅନୁକମ୍ପା ଭୋଟ ହାତେଇବା ପାଇଁ ତାଙ୍କୁ ପ୍ରାର୍ଥୀ କରାଯାଇଥିବା ଆଲୋଚନା ହେଉଛି। ତେବେ ଗତ ପଞ୍ଚାୟତ ନିର୍ବାଚନରେ ବିଜେଡିକୁ ଅପୂର୍ବ ସଫଳତା ମିଳିଥିଲା। ତେବେ ଏଭଳି ସ୍ଥିତିରେ ଭାଜପା ପ୍ରାର୍ଥୀ ଭୋଟରଙ୍କୁ କେତେ ଆକୃଷ୍ଟ କରି ପାରୁଛନ୍ତି ତାହା ଆଗାମୀ ଦିନରେ ଜଣାପଡ଼ିବ। ତେବେ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପାର ସଙ୍ଗଠନ ନ ଥିବା ସତ୍ତ୍ୱେ ୫୬ ଜିଲା ପରିଷଦ ଆସନରୁ ୪୯ ଆସନ ଅକ୍ତିଆର କରିଥିଲା ା ୨୦୧୯ରେ ୯ ବିଧାନସଭା ଆସନରୁ ଭାଜପା ୬ଟି ହାତେଇ ଥିଲା ା ଏହା ସହିତ ଲୋକସଭା ଆସନକୁ ମଧ୍ୟ ନିଜ ଖାତାକୁ ନେଇଥିଲା ା
ଅନ୍ୟ ପକ୍ଷରେ ମତଦାତାଳ, ଅନ୍ୟ ଦଳର କର୍ମୀଙ୍କ ମନରେ ଦ୍ୱନ୍ଦ ଓ ଆଶଙ୍କା କେନ୍ଦ୍ରୀଭୂତ ହୋଇଛି। ନିର୍ବାଚନ ଫଳାଫଳ ପରେ ଉଭୟ ଦଳ ପୁଣି ପରସ୍ପରକୁ ସହଯୋଗ କରିବେ ବୋଲି ଅନ୍ୟ ଦଳର ନେତାଙ୍କଠାରୁ ଶୁଣିବାକୁ ମିଳୁଛି। ତେବେ ଭାଜପା ଓ ବିଜେଡି ଲଢ଼େଇରେ ତୃତୀୟ ଦଳ ବାଜିମାତ୍‌ କରିପାରେ ବୋଲି ଆଲୋଚନା ଚାଲିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଦଳର ସଦସ୍ୟ ପଦରୁ ଦେଲେ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ ଓ ଜେପି ନଡ୍ଡା।

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri