ସୁଦାମ-ନବଚରଣ ଲଢ଼େଇ

ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ତୃତୀୟ ଦଳ ବାଜିମାତ୍‌ କରିବାର ସମ୍ଭାବନା ସୃଷ୍ଟି ହୋଇଛି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ମୟୂରଭଞ୍ଜ ଜିଲା ଲୋକସଭା ଆସନ ଉପରେ ସମସ୍ତଙ୍କର ଦୃଷ୍ଟି ରହିଛି। ରାଜନୀତି ମଇଦାନରେ ଟକ୍କର ଦେବାକୁ ଥିବା ଦୁଇ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ଦଳୀୟ ରଣନୀତି ଆରମ୍ଭ ହୋଇଛି। ଭାଜପା ପକ୍ଷରୁ ରାଇରଙ୍ଗପୁର ବିଧାୟକ ନବଚରଣ ମାଝି ଓ ବିଜେଡି ପକ୍ଷରୁ ବାଙ୍ଗରିପୋଷି ବିଧାୟକ ସୁଦାମ ମାରାଣ୍ଡିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ସୁଦାମଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ୧୯୯୦ରୁ ଅଦ୍ୟାବଧି ୫ଥର ବିଧାୟକ ଓ ଥରେ ସାଂସଦ ଭାବେ ନିର୍ବାଚିତ ହୋଇ ସେ ଲୋକଙ୍କ ପ୍ରିୟପାତ୍ର ହୋଇପାରିଛନ୍ତି। ୨୦୦୪ରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ରୁ ପ୍ରାର୍ଥୀ ହୋଇ ପ୍ରଥମେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ଜେଏମ୍‌ଏମ୍‌ରୁ ପୁନର୍ବାର ଟିକଟ ପାଇ ରାଜନୀତି ମଇଦାନରେ ଦ୍ୱିତୀୟ ସ୍ଥାନରେ ରହିଯାଇଥିଲେ। ପରେ ଜେଏମ୍‌ଏମ୍‌ ଛାଡ଼ି ବିଜେଡିରେ ମିଶିବା ପରେ ୨୦୧୪ରେ ବାଙ୍ଗରିପୋଷିରୁ ବିଧାୟକ ଭାବେ ନିର୍ବାଚିତ ହୋଇ ମନ୍ତ୍ରୀ ପଦ ହାତେଇଥିଲେ।
ସେହିପରି ନବଚରଣ ମାଝି ପ୍ରଥମ ଥର ବିଧାନସଭାକୁ ନିର୍ବାଚିତ ହେବା ପରେ ଭାଜପା ଦଳ ପକ୍ଷରୁ ଲୋକସଭା ପ୍ରାର୍ଥୀ ଭାବେ ମନୋନୀତ ହୋଇଛନ୍ତି। ସୁଦାମଙ୍କ ଭଳି ଟାଣୁଆ ନେତାଙ୍କ ପାଖରେ ନବଚରଣଙ୍କ ଲୋକପ୍ରିୟତା କମ୍‌ ରହିଛି। କେବଳ ରାଷ୍ଟ୍ରପତିଙ୍କ ଜିଲା ଭାବେ ଜିଲାବାସୀଙ୍କ ଅନୁକମ୍ପା ଭୋଟ ହାତେଇବା ପାଇଁ ତାଙ୍କୁ ପ୍ରାର୍ଥୀ କରାଯାଇଥିବା ଆଲୋଚନା ହେଉଛି। ତେବେ ଗତ ପଞ୍ଚାୟତ ନିର୍ବାଚନରେ ବିଜେଡିକୁ ଅପୂର୍ବ ସଫଳତା ମିଳିଥିଲା। ତେବେ ଏଭଳି ସ୍ଥିତିରେ ଭାଜପା ପ୍ରାର୍ଥୀ ଭୋଟରଙ୍କୁ କେତେ ଆକୃଷ୍ଟ କରି ପାରୁଛନ୍ତି ତାହା ଆଗାମୀ ଦିନରେ ଜଣାପଡ଼ିବ। ତେବେ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପାର ସଙ୍ଗଠନ ନ ଥିବା ସତ୍ତ୍ୱେ ୫୬ ଜିଲା ପରିଷଦ ଆସନରୁ ୪୯ ଆସନ ଅକ୍ତିଆର କରିଥିଲା ା ୨୦୧୯ରେ ୯ ବିଧାନସଭା ଆସନରୁ ଭାଜପା ୬ଟି ହାତେଇ ଥିଲା ା ଏହା ସହିତ ଲୋକସଭା ଆସନକୁ ମଧ୍ୟ ନିଜ ଖାତାକୁ ନେଇଥିଲା ା
ଅନ୍ୟ ପକ୍ଷରେ ମତଦାତାଳ, ଅନ୍ୟ ଦଳର କର୍ମୀଙ୍କ ମନରେ ଦ୍ୱନ୍ଦ ଓ ଆଶଙ୍କା କେନ୍ଦ୍ରୀଭୂତ ହୋଇଛି। ନିର୍ବାଚନ ଫଳାଫଳ ପରେ ଉଭୟ ଦଳ ପୁଣି ପରସ୍ପରକୁ ସହଯୋଗ କରିବେ ବୋଲି ଅନ୍ୟ ଦଳର ନେତାଙ୍କଠାରୁ ଶୁଣିବାକୁ ମିଳୁଛି। ତେବେ ଭାଜପା ଓ ବିଜେଡି ଲଢ଼େଇରେ ତୃତୀୟ ଦଳ ବାଜିମାତ୍‌ କରିପାରେ ବୋଲି ଆଲୋଚନା ଚାଲିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?