ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସୁଦାମ ଭୋଇ (୩୫)।
ସୂଚନା ଅନୁସାରେ, ପଦ୍ମପୁରରୁ ପାଟଣାଗଡ଼ ଅଭିମୁଖେ ଯାଉଥିବା ଏକ ପିକଅପ ଭ୍ୟାନ ଦହିତା କଲେଜ ସମ୍ମୁଖରେ ସୁଦାମ ଭୋଇଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଘଟଣା ପରେ ବୁଡେନ ପୋଲିସ ପିକଅପ ଭ୍ୟାନ୍‌ରେ ଥିବା ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily