ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା ଘଟିଛି। ଓଡି୦୫ସିବି୦୦୪୧ ନମ୍ବର ବିଶିଷ୍ଟ ଆମ ବସଟି ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇ ଚାପି ଦେଇଥିଲା। ଗୁରୁତର ଅବସ୍ଥାରେ ବାଇକ ଚାଳକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ ବ୍ୟକ୍ତି ଜଣକ ହେଲେ ଭୋଇନଗରର ସୁଦର୍ଶନ ସାହୁ (୪୨)। ଶହୀଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦୁର୍ଘଟଣା ଘଟାଇଥିବା ଆମ ବସ୍‌କୁ ଜବତ କରିଥିବା ବେଳେ ସମ୍ପୃକ୍ତ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ଟିମ୍‌ ତାଙ୍କୁ ଚିହ୍ନଟ କରି ଗିରଫ କରିବାକୁ ପ୍ରୟାସ ଚଳାଇଛି।
ସୂଚନା ଅନୁଯାୟୀ, ଦୁର୍ଘଟଣା ଘଟାଇଥିବା ୧୬ ନମ୍ବର ବସ୍‌ଟି ରସୁଲଗଡରୁ ଖଣ୍ଡଗିରି ଅଭିମୁଖେ ଯାଉଥିବାବେଳେ ରାତି ପ୍ରାୟ ୮ଟା ୧୦ରୁ ୮ଟା ୩୫ ମିନିଟ୍‌ ଭିତରେ ଦୁର୍ଘଟଣା ଘଟିଥିଲା। ସତ୍‌ସଙ୍ଗ ବିହାର ନିକଟରେ ବସ୍‌ଟି ସୁଦର୍ଶନଙ୍କୁ ସାଇଡ୍‌ରୁ ଧକ୍କା ଦେବାରୁ ସେ ବାଇକରୁ ଖସି ପଡିବା ସହ ବସ୍‌ ପଛ ଚକାରେ ଚାପି ହୋଇଯାଇଥିଲେ। ଘଟଣା ପରେ ସେଠାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ବସ୍‌କୁ ଅଟକ ରଖିଥିଲେ। ହେଲେ ଡ୍ରାଇଭର ଜଣକ ଭିଡ଼ର ସୁଯୋଗ ନେଇ ଖସି ପଳାଇବାରେ ସକ୍ଷମ ହୋଇଥିଲେ। ଏନେଇ ଶହୀଦନଗର ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି। ଅଭିଯୁକ୍ତ ଡ୍ରାଇଭରଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବାକୁ ପ୍ରୟାସ ଚାଲିଥିବା ଥାନାଧିକାରୀ ସୁଚିତ୍ର ଦାସ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri