ବାଲିରେ ସବୁଠୁ ବଡ଼ ହକି ଷ୍ଟିକ୍‌ ଗଢ଼ିି ବିଶ୍ୱ ରେକର୍ଡ କଲେ ସୁଦର୍ଶନ

ପୁରୀ ଅଫିସ, ୧୭ା୧:ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗତ ୧୦ ତାରିଖରେ ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନ ଅବସରରେ କଟକର ମହାନଦୀ ନଦୀ କୂଳରେ ବାଲୁକାରେ ଏକ ବିରାଟ ହକି ଷ୍ଟିକ୍‌ ନିର୍ମାଣ କରିଥିଲେ, ଯାହା ଓ୍ବାର୍ଲଡ ରେକର୍ଡ ଇଣ୍ଡିଆରେ ସ୍ଥାନ ପାଇଛି। ଉକ୍ତ ବାଲୁକା କଳାକୁ ସୋମବାର ଓ୍ବାର୍ଲଡ ରେକର୍ଡ ଇଣ୍ଡିଆର ପ୍ରତିଷ୍ଠାତା ପବନ ସୋଲାଙ୍କି, ଏଚ୍‌ଓଡି ସୁଷମା ନର୍ଭକର ଏବଂ ସିନିୟର ଆଡ୍‌ଜୁଡିକେଟର ସଞ୍ଜୟ ନର୍ଭେକର ବିଶ୍ୱର ସର୍ବବୃହତ ବାଲୁକା ହକି ଷ୍ଟିକ୍‌ ଭାବେ ମାନ୍ୟତା ପ୍ରଦାନ କରିଛନ୍ତି। ସୁଦର୍ଶନଙ୍କ ଏହି ବାଲୁକା କଳା ୧୦୫ ଫୁଟ ଲମ୍ବର ହୋଇଥିବାବେଳେ ସେ ଏଥିରେ ୫ହଜାର ହକି ବଲ ସ୍ଥାନିତ କରିଥିଲେ। ଏହାକୁ ନିର୍ମାଣ କରିବା ପାଇଁ ତାଙ୍କୁ ତାଙ୍କ ଅନୁଷ୍ଠାନର ୧୫ ଜଣ ଛାତ୍ର ସହଯୋଗ କରିଥିଲେ। ସୂଚନାଯୋଗ୍ୟ, ସୁଦର୍ଶନ ଜଣେ ଅନ୍ତର୍ଜତୀୟ ସ୍ତରର ବାଲୁକା ଶିଳ୍ପୀ ହୋଇଥିବା ବେଳେ ସେ ଗିନିଜ୍‌ ରେକର୍ଡ ସହିତ ଅନେକ ରେକର୍ଡର ଅଧିକାରୀ ଅଟନ୍ତି। ସେ ବିଶ୍ୱ ରେକର୍ଡ ଇଣ୍ଡିଆରୁ ସାର୍ଟିଫିକେଟ୍‌ ପାଇ ବହୁତ ଖୁସି ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri