ବାଲିରେ ସବୁଠୁ ବଡ଼ ହକି ଷ୍ଟିକ୍‌ ଗଢ଼ିି ବିଶ୍ୱ ରେକର୍ଡ କଲେ ସୁଦର୍ଶନ

ପୁରୀ ଅଫିସ, ୧୭ା୧:ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗତ ୧୦ ତାରିଖରେ ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନ ଅବସରରେ କଟକର ମହାନଦୀ ନଦୀ କୂଳରେ ବାଲୁକାରେ ଏକ ବିରାଟ ହକି ଷ୍ଟିକ୍‌ ନିର୍ମାଣ କରିଥିଲେ, ଯାହା ଓ୍ବାର୍ଲଡ ରେକର୍ଡ ଇଣ୍ଡିଆରେ ସ୍ଥାନ ପାଇଛି। ଉକ୍ତ ବାଲୁକା କଳାକୁ ସୋମବାର ଓ୍ବାର୍ଲଡ ରେକର୍ଡ ଇଣ୍ଡିଆର ପ୍ରତିଷ୍ଠାତା ପବନ ସୋଲାଙ୍କି, ଏଚ୍‌ଓଡି ସୁଷମା ନର୍ଭକର ଏବଂ ସିନିୟର ଆଡ୍‌ଜୁଡିକେଟର ସଞ୍ଜୟ ନର୍ଭେକର ବିଶ୍ୱର ସର୍ବବୃହତ ବାଲୁକା ହକି ଷ୍ଟିକ୍‌ ଭାବେ ମାନ୍ୟତା ପ୍ରଦାନ କରିଛନ୍ତି। ସୁଦର୍ଶନଙ୍କ ଏହି ବାଲୁକା କଳା ୧୦୫ ଫୁଟ ଲମ୍ବର ହୋଇଥିବାବେଳେ ସେ ଏଥିରେ ୫ହଜାର ହକି ବଲ ସ୍ଥାନିତ କରିଥିଲେ। ଏହାକୁ ନିର୍ମାଣ କରିବା ପାଇଁ ତାଙ୍କୁ ତାଙ୍କ ଅନୁଷ୍ଠାନର ୧୫ ଜଣ ଛାତ୍ର ସହଯୋଗ କରିଥିଲେ। ସୂଚନାଯୋଗ୍ୟ, ସୁଦର୍ଶନ ଜଣେ ଅନ୍ତର୍ଜତୀୟ ସ୍ତରର ବାଲୁକା ଶିଳ୍ପୀ ହୋଇଥିବା ବେଳେ ସେ ଗିନିଜ୍‌ ରେକର୍ଡ ସହିତ ଅନେକ ରେକର୍ଡର ଅଧିକାରୀ ଅଟନ୍ତି। ସେ ବିଶ୍ୱ ରେକର୍ଡ ଇଣ୍ଡିଆରୁ ସାର୍ଟିଫିକେଟ୍‌ ପାଇ ବହୁତ ଖୁସି ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri