ଆରମ୍ଭ ହେଲା ସୁଦର୍ଶନଙ୍କ ପହଣ୍ଡି

ପୁରୀ,୨୭ା୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଆଜି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତ ଓ ସେବକମାନେ ବ୍ୟାକୁଳତାର ସହ ଜଗତର ନାଥ ଜଗନ୍ନାଥଙ୍କୁ ଅପେକ୍ଷା କରିଛନ୍ତି।

ବର୍ତ୍ତମାନ ଶ୍ରୀଜିଉମାନଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଧାଡ଼ି ପହଣ୍ଡିରେ ପ୍ରଭୁବ ଶ୍ରୀସୁଦର୍ଶନ ଆସୁଛନ୍ତି। ରଥାରୂଢ଼ ପରେ ଦେବଦଳନ ରଥରେ ସ୍ଥାପନା ହେବେ ଶ୍ରୀସୁଦର୍ଶନ।

ଘୋଷଯାତ୍ରାର ଅବ୍ୟବହିତ ପୂର୍ବରୁ ଗୁରୁବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବା ପରେ ରଥଖଳାକୁ ଆଜ୍ଞାମାଳ ବିଜେ କରାଯାଇଥିଲା। ୩ଜଣ ପୂଜାପଣ୍ଡା ସେବକ ଶ୍ରୀବିଗ୍ରହଙ୍କଠାରୁ ଆଜ୍ଞାମାଳ ଆଣିଥିଲେ। ପରେ ଘଣ୍ଟ, ଛତା କାହାଳୀ ଆଦି ସହ ପୂଜାପଣ୍ଡା ସାମନ୍ତ ରଥଖଳାକୁ ଆଜ୍ଞାମାଳ ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନିରଥ ଚାରିପଟେ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ବାରା ଆବଦ୍ଧ କରାଯାଇଥିଲା। ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?