ଟାଓ୍ବାର ନିର୍ମାଣରେ ନିୟୋଜିତ ଠିକାଦାରଙ୍କ ଅଚାନକ ମୃତ୍ୟୁ, ତଦନ୍ତ ଜାରି

ବାଲିଗୁଡ଼ା,୨୮ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ବିଏସ୍‌ଏନ୍‌ଏଲ୍‌ ମୋବାଇଲ ଟାଓ୍ବାର ନିର୍ମାଣରେ ନିୟୋଜିତ ଜଣେ ଶ୍ରମିକ ଠିକାଦାରଙ୍କ ଅଚାନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ପଶ୍ଚିମବଙ୍ଗର ଦକ୍ଷିଣ ଦିନାନାଜପୁର ଜିଲା ଅନ୍ତର୍ଗତ ଗଙ୍ଗାରାମପୁର ଥାନା ନିଳଡଙ୍ଗା ଅଞ୍ଚଳର ସୂର୍ଯ୍ୟ ଦାସ ବୋଲି ଜଣାପଡ଼ିଛି।

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ଝିରିପାଣି ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌ ମୋବାଇଲ ଟାଓ୍ବାର ନିର୍ମାଣ କାମ ଚାଲୁ ରହିଥିବା ବେଳେ ସେଠାରେ ଥିବା ଶ୍ରମିକ ଠିକାଦାର ସୂର୍ଯ୍ୟ ଦାସଙ୍କ ହଠାତ୍‌ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ଶ୍ରମିକମାନେ ସୂର୍ଯ୍ୟଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ଖବରପାଇ ବାଲିଗୁଡ଼ା ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଇ ମୃତକଙ୍କ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିଛି। ଅନ୍ୟପଟେ ବାଲିଗୁଡ଼ା ଥାନାରେ କେସ ନଂ.୧୪/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଚଳାଇଛି ପୋଲିସ। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri