ପେଟ୍ରୋଲ ଭରିବା ସମୟରେ କିଛି ଘଟିଲା ଏଭଳି, ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ

ବେମତେରା,୨୮।୭: ପେଟ୍ରୋଲ ଭରିବା ସମୟରେ କେତେକ ସାବଧାନି ଅବଲମ୍ବନ କରିବାକୁ ପଡ଼ିଥାଏ। ଟିକିଏ ବି ଅସର୍ତକତା ଦୁର୍ଘଟଣା ଘଟାଇପାରେ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଛତିଶଗଡ଼ ବେମତେରା ଜିଲାର ନଓ୍ବାଗଡ଼ର ଜୟସଓ୍ବାଲ ପେଟ୍ରୋଲ ପମ୍ପରେ। ଉକ୍ତ ପେଟ୍ରୋଲ ପମ୍ପରେ ଏକ ବଡ଼ ଦୁର୍ଘଟଣା ଘଟିବାରୁ ବର୍ତ୍ତିଯାଇଛି। ସୂଚନାଯୋଗ୍ୟ, ଜୟସଓ୍ବାଲ ପେଟ୍ରୋଲ ପମ୍ପକୁ ଜଣେ ବ୍ୟକ୍ତି ପେଟ୍ରୋଲ ଭରିବାକୁ ଆସିଥିଲେ। ପେଟ୍ରୋଲ ଭରୁଥିବା ସମୟରେ ହଠାତ୍‌ ଚାହୁଁ ଚାହୁଁ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଦେଖି ସେଠାରେ ଉପସ୍ଥିତ ଥିବା ସମସ୍ତ ବ୍ୟକ୍ତି ଅନ୍ୟତ୍ର ଦୌଡ଼ି ପଳାଇଥିଲେ।

ଏପରିକି ବାଇକ୍‌ ଉପରେ ବସିଥିବା ୨ ଜଣ ବ୍ୟକ୍ତି ଓ ପେଟ୍ରୋଲ ପମ୍ପ କର୍ମଚାରୀ ମଧ୍ୟ ସଙ୍ଗେ ସଙ୍ଗେ ସେଠାରୁ ଦୂରେଇ ଯାଇ ନିଜକୁ ସୁରକ୍ଷିତ ରଖିଥିଲେ। ଏହାପରେ ସଙ୍ଗେ ସଙ୍ଗେ ନିଆଁଲିଭା ଯନ୍ତ୍ର ସାହାଯ୍ୟରେ ଉକ୍ତ ନିଆଁକୁ ଆୟତ୍ତ କରାଯାଇଥିଲା। ଏହି ସମୟର ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଥିବା ବେଳେ ଏବେ ଏହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କୁହାଯାଉଛି, ପେଟ୍ରୋଲ ଭରିବା ସମୟରେ ଜଣେ ବ୍ୟକ୍ତିଙ୍କ ଫୋନ୍‌ ରିଙ୍ଗ୍‌ ହେବାରୁ ସେ ମୋବାଇଲ୍‌ କଥା ହେଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri