ହଠାତ୍‌ ହରଭଙ୍ଗୀ ଡ୍ୟାମ ଭିତରକୁ ପଶିଗଲା କଣ୍ଟେନର: ଆଉ ତା’ପରେ..

ମୋହନା,୨୫।୯୨୫(ମନ୍ମଥ ମିଶ୍ର): ରାୟଗଡାରୁ ବ୍ରହ୍ମପୁର ଯାଉଥିଲା କଣ୍ଟେନର। ବିଳମ୍ବିତ ରାତିରେ ଡ୍ୟାମରେ ବୁଡିଗଲା। ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର। ଏଭଳି ଘଟଣା ଘଟିଛି ଗଜପତି ଜିଲା ଅଡବା ଥାନା ହରଭଙ୍ଗୀ ଡ୍ୟାମ ଅଡାପଙ୍କା ଗ୍ରାମ ନିକଟରେ l ଗତ ବିଳମ୍ବିତ ରାତିରେ ଡ୍ରାଇଭର ସଞ୍ଜୀବ ଯାଦବ କଣ୍ଟେନର ନେଇ ରାୟଗଡାରୁ ବ୍ରହ୍ମପୁର ଯାଉଥିଲା l ଏହି ସମୟରେ ଭାରସାମ୍ୟ ହରାଇ କଣ୍ଟେନର ଡ୍ୟାମ ଭିତରେ ପଡିଯାଇଛି l ଖବର ପାଇ ଅଡବା ଥାନା ପୋଲିସ ଓ ମୋହନା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି l ରାତି ପ୍ରାୟ ୧୨ ଟାରେ କେଣ୍ଟେନର ନେଇ ଆସୁଥିବାବେଳେ ବିପରୀତ ଦିଗରୁ ଏକ କାର ଆସୁଥିଲା l କାରକୁ ସାଇଡ ଦେବାବେଳେ କଣ୍ଟେନର ଡ୍ୟାମ ଭିତରେ ପଶିଯାଇଥିବା ଡ୍ରାଇଭର କହିଛନ୍ତି l ଡ୍ୟାମରେ ପ୍ରାୟ ୫୦ ଫୁଟରୁ ଅଧିକ ପାଣି ଥିବାରୁ ଉଦ୍ଧାର କାର୍ଯ୍ୟ ସମ୍ଭବ ହୋଇପାରୁନି l ଉଦ୍ଧାର କାର୍ଯ୍ୟ ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଉଥିବା ଅଗ୍ନିଶମ ଅଧିକାରୀ କହିଥିବାବେଳେ ରାସ୍ତାରେ କୌଣସି ସୂଚନା ଫଳକ ନ ଥିବା ଯୋଗୁ ଏଠାରେ ବାରମ୍ବାର ଦୁର୍ଘଟଣା ଘଟୁଟିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା l


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri