ଆକାଶରୁ ଅଚାନକ ହେଲା ମାଛ ବର୍ଷା: ଆଉ ତା’ପରେ…

ତେହେରାନ: ଅନେକ ସମୟରେ ବର୍ଷା ହେଉଥିବାବେଳେ ଆକାଶରୁ କୁଆପଥର ଖସିଥାଏ। ଏହାକୁ କୁଆପଥର ବର୍ଷା କୁହାଯାଏ। ତେବେ ସେହିପରି ଭାବେ ଆକାଶରୁ ଅଚାନକ ମାଛ ବର୍ଷା ହେବା ପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏନେଇ ଏକ ଭିଡିଓ ଭାଇରାଲ ହେଉଥିବା ବେଳେ ଏଥିରେ ଗୋଟିଏ ପରେ ଗୋଟିଏ ମାଛ ଆକାଶରୁ ଖସୁଥିବାର ଦେଖାଯାଉଛି।
ଇରାନର ୟାସୁଜ ସହରରେ ପ୍ରବଳ ବର୍ଷା ମଧ୍ୟରେ ଏହିପରି ଏକ ବିରଳ ଘଟଣା ସାମ୍‌ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଅନେକ ୟୁଜର୍ସଙ୍କୁ ଚକିତ କରିପାରିଛି। ୟାସୁଜ ସହରରେ ବର୍ଷା ଚାଲିଥିବା ସମୟରେ ରାସ୍ତାରେ ଯାତାୟାତ କରୁଥିବା ଲୋକଙ୍କ ଉପରେ ହଠାତ୍‌ ମାଛ ପଡିଥିଲା। ସହରର ଏକ ରାସ୍ତାରେ ଅନେକ କାର୍‌ ରଖାଯାଇଥିବା ବେଳେ ଆକାଶରୁ ଗୋଟିଏ ପରେ ଗୋଟିଏ ମାଛ ଖସୁଥିବା ଭିଡିଓରୁ ଜଣାପଡ଼ିଛି। ମାଛ ବର୍ଷା ହେବା ପରେ କିଛି ବ୍ୟକ୍ତି ଆନନ୍ଦର ସହ ମାଛଗୁଡ଼ିକୁ ଗୋଟାଇ ରଖିବାକୁ ଲାଗିଛନ୍ତି। ତେବେ ଲଗାଣ ବର୍ଷା କାରଣରୁ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ରରେ ବଡ଼ଧରଣର ଲହଡ଼ି ଉଠିଥିବାରୁ ଏହାର ପ୍ରଭାବରେ ମାଛମାନେ ସମୁଦ୍ରରୁ ଉପରକୁ ଉଠିଯାଇ କିଛି ଦୂରକୁ ଯାଇ ଖସିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ସୋସିଆଲ ମିଡିଆରେ ଏହି ଭିଡିଓରେ ଅନେକ ୟୁଜର୍ସ ବେଶ୍‌ ମଜାଳିଆ ଢଙ୍ଗର କମେଣ୍ଟ କରିଛନ୍ତି। ଇସ୍ରାଏଲ ଇରାନକୁ କ୍ଷେପଣାସ୍ତ୍ର ନିକ୍ଷେପ କରିବା ପରିବର୍ତ୍ତେ ମାଛ ପଠାଇଛି ବୋଲି କିଛି ୟୁଜର୍ସ କମେଣ୍ଟ କରିଛନ୍ତି। ସୂଚନାଯୋଗ୍ୟ, ପ୍ରବଳ ବର୍ଷା ହେତୁ ଇରାନର ୨୧ଟି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ରବିବାର ଠାରୁ ଦେଶରେ ଆରମ୍ଭ ହୋଇଥିବା ଏହି ଲଗାଣ ବର୍ଷା ଧୀରେ ଧୀରେ ଅନ୍ୟାନ୍ୟ ଅଞ୍ଚଳକୁ ବ୍ୟାପୁଥିବା ଇରାନର ପାଣିପାଗ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri