Odisha Elections 2024

ଆକାଶରୁ ଅଚାନକ ହେଲା ମାଛ ବର୍ଷା: ଆଉ ତା’ପରେ…

ତେହେରାନ: ଅନେକ ସମୟରେ ବର୍ଷା ହେଉଥିବାବେଳେ ଆକାଶରୁ କୁଆପଥର ଖସିଥାଏ। ଏହାକୁ କୁଆପଥର ବର୍ଷା କୁହାଯାଏ। ତେବେ ସେହିପରି ଭାବେ ଆକାଶରୁ ଅଚାନକ ମାଛ ବର୍ଷା ହେବା ପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏନେଇ ଏକ ଭିଡିଓ ଭାଇରାଲ ହେଉଥିବା ବେଳେ ଏଥିରେ ଗୋଟିଏ ପରେ ଗୋଟିଏ ମାଛ ଆକାଶରୁ ଖସୁଥିବାର ଦେଖାଯାଉଛି।
ଇରାନର ୟାସୁଜ ସହରରେ ପ୍ରବଳ ବର୍ଷା ମଧ୍ୟରେ ଏହିପରି ଏକ ବିରଳ ଘଟଣା ସାମ୍‌ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଅନେକ ୟୁଜର୍ସଙ୍କୁ ଚକିତ କରିପାରିଛି। ୟାସୁଜ ସହରରେ ବର୍ଷା ଚାଲିଥିବା ସମୟରେ ରାସ୍ତାରେ ଯାତାୟାତ କରୁଥିବା ଲୋକଙ୍କ ଉପରେ ହଠାତ୍‌ ମାଛ ପଡିଥିଲା। ସହରର ଏକ ରାସ୍ତାରେ ଅନେକ କାର୍‌ ରଖାଯାଇଥିବା ବେଳେ ଆକାଶରୁ ଗୋଟିଏ ପରେ ଗୋଟିଏ ମାଛ ଖସୁଥିବା ଭିଡିଓରୁ ଜଣାପଡ଼ିଛି। ମାଛ ବର୍ଷା ହେବା ପରେ କିଛି ବ୍ୟକ୍ତି ଆନନ୍ଦର ସହ ମାଛଗୁଡ଼ିକୁ ଗୋଟାଇ ରଖିବାକୁ ଲାଗିଛନ୍ତି। ତେବେ ଲଗାଣ ବର୍ଷା କାରଣରୁ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ରରେ ବଡ଼ଧରଣର ଲହଡ଼ି ଉଠିଥିବାରୁ ଏହାର ପ୍ରଭାବରେ ମାଛମାନେ ସମୁଦ୍ରରୁ ଉପରକୁ ଉଠିଯାଇ କିଛି ଦୂରକୁ ଯାଇ ଖସିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ସୋସିଆଲ ମିଡିଆରେ ଏହି ଭିଡିଓରେ ଅନେକ ୟୁଜର୍ସ ବେଶ୍‌ ମଜାଳିଆ ଢଙ୍ଗର କମେଣ୍ଟ କରିଛନ୍ତି। ଇସ୍ରାଏଲ ଇରାନକୁ କ୍ଷେପଣାସ୍ତ୍ର ନିକ୍ଷେପ କରିବା ପରିବର୍ତ୍ତେ ମାଛ ପଠାଇଛି ବୋଲି କିଛି ୟୁଜର୍ସ କମେଣ୍ଟ କରିଛନ୍ତି। ସୂଚନାଯୋଗ୍ୟ, ପ୍ରବଳ ବର୍ଷା ହେତୁ ଇରାନର ୨୧ଟି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ରବିବାର ଠାରୁ ଦେଶରେ ଆରମ୍ଭ ହୋଇଥିବା ଏହି ଲଗାଣ ବର୍ଷା ଧୀରେ ଧୀରେ ଅନ୍ୟାନ୍ୟ ଅଞ୍ଚଳକୁ ବ୍ୟାପୁଥିବା ଇରାନର ପାଣିପାଗ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri