ହଠାତ୍‌ ପ୍ରଧାନମନ୍ତ୍ରୀ ସୁନକଙ୍କୁ ଭେଟିବାକୁ ପହଞ୍ଚିଲେ ଓବାମା

ଲଣ୍ଡନ,୧୯।୩: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ପରି ଏକ ଅତ୍ୟାଧୁନିକ ବିଷୟ ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ହୋଇ ରହଛି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ପ୍ରଥମ ଭାରତୀୟ ମୂଳବାସିନ୍ଦା ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ ବାର୍ତ୍ତାଳାପ ସମ୍ପର୍କରେ ସୁନକଙ୍କ କାର୍ଯ୍ୟାଳୟ ଦ୍ୱାରା ଏକ ବିବୃତ୍ତି ଜାରି କରାଯାଇଛି। ରିପୋର୍ଟ ଅନୁଯାୟୀ, ସୁନକ ଏବଂ ଓବାମାଙ୍କ ମଧ୍ୟରେ ବାର୍ତ୍ତାଳାପ ସମୟରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଅର୍ଥାତ୍‌ ଏଆଇ ମଧ୍ୟ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଏହା ବ୍ୟତୀତ ଉଭୟଙ୍କ ମଧ୍ୟରେ ଅନ୍ୟାନ୍ୟ ଅନେକ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।
ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ସୁନକ ପ୍ରଧାନମନ୍ତ୍ରୀ ହେବା ପରେ ଦୁଇ ଶକ୍ତିଶାଳୀ ନେତା ବୋଧହୁଏ ପ୍ରଥମ ଥର ପାଇଁ ସାକ୍ଷାତ କରିଛନ୍ତି। ଉଭୟ ନେତା ଖବରଦାତାମାନଙ୍କର କୌଣସି ପ୍ରଶ୍ନର ଉତ୍ତର ଦେଇନଥିଲେ ଏବଂ ହସି ହସି ଭିତରକୁ ଯାଇଥିଲେ। ସୁନକଙ୍କ ମୁଖପାତ୍ର କହିଛନ୍ତି ଯେ ଓବାମା ସୌଜନ୍ୟମୂଳକ ପରିଦର୍ଶନ କରିବାକୁ ଆସିଛନ୍ତି। ଓବାମା, ୬୨ବର୍ଷିୟ ଆମେରିକୀୟ ଡେମୋକ୍ରାଟ, ତାଙ୍କ ଫାଉଣ୍ଡେଶନ କାମ ପାଇଁ ଲଣ୍ଡନରେ ପହଞ୍ଚିଥିଲେ। ବିବୃତ୍ତି ଅନୁଯାୟୀ, ଏଆଇ ବ୍ୟତୀତ ସୁନକ ଏବଂ ଓବାମାଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri