ହଠାତ୍‌ କାର୍‌ ଡ୍ରାଇଭର୍‌ଙ୍କ ଆଖି ଲାଗିଗଲା: ସେତେବେଳକୁ ସବୁକିଛି…

ଆସିକା,୧୬।୭: ଗଞ୍ଜାମ ଜିଲା ଆସିକା କୋଟିନଡ଼ା ଥାନା ଅନ୍ତର୍ଗତ କୋଟିନଡ଼ା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ଭାରସାମ୍ୟ ହରାଇ ଦୋକାନ କାନ୍ଥରେ ପିଟି ହୋଇଛି କାର୍‌। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ୬୦ ବର୍ଷୀୟ ଧୋବା ମହାନ୍ତି l
ସୂଚନା ଅନୁସାରେ ଗତ କାଲି ବିଳମ୍ବିତ ରାତ୍ରରେ ଧୋବା ମହାନ୍ତି ଓ ତାଙ୍କ ଡ୍ରାଇଭରଙ୍କ ସମେତ ତିନି ପରିବାର ସଦସ୍ୟ ଗୋଟିଏ ମାରୁତି ସୁଜୁକି କାର ମାଧ୍ୟମରେ ସମ୍ବଲପୁରରୁ ନିଜ ଘର ପଥରାକୁ ଫେରୁଥିବାବେଳେ
ବାଟରେ ଡ୍ରାଇଭର ଆଖି ଲାଖି ଯିବାରୁ କୋଟିନଡ଼ା ଛକଠାରେ ଥିବା ଗୋଟିଏ ଦୋକାନ କାନ୍ଥରେ କାରଟି ପିଟି ହୋଇ ଯାଇଥିଲା l
ଘଟଣାସ୍ଥଳରେ ୬୦ ବର୍ଷୀୟ ଧୋବା ମହାନ୍ତିଙ୍କ ମୃତ୍ୟୁୁ ହୋଇଥିବା ବେଳେ ଡ୍ରାଇଭର କାର୍ତ୍ତିକ ମହାନ୍ତିଙ୍କ ସମେତ ପରିବାରର ତିନି ସଦସ୍ୟ ଧୀରେନ୍ଦ୍ର ସ୍ବାଇଁ ,ସୁନିତା ସ୍ବାଇଁ ଓ ଦିବ୍ୟ ଶଙ୍କର ସ୍ବାଇଁ ଗୁରୁତର ହୋଇଥିଲେ l ଖବର ପାଇ ଘଟଣା ସ୍ଥଳରେ କୋଟିନଡା ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ କାର ଭିତରେ ଥିବା ଚାରି ଗୁରୁତରଙ୍କୁ ଉଦ୍ଧାର କରି ଆସିକା ମେଡିକାଲରେ ଭର୍ତ୍ତି କରିଥିଲେ l ଗୁରୁତରଙ୍କ ସ୍ବାସ୍ଥ୍ୟବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର MKCG ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବାବେଳେ କୋଟିନଡା ପୋଲିସ ଘଟଣାର ତଦନ୍ତ କରୁଛି I


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri