ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ହ୍ରାସ ପାଇଛି। ସେହିଭଳି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୫ରୁ ୬ ଡିଗ୍ରୀ ସେଲ୍‌ସିୟସ କମ୍‌ ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୩ ରୁ ୪ ଡିଗ୍ରୀ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ୬ଟି ଅଞ୍ଚଳର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଜି.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ଓ ପାରଳାଖେମୁଣ୍ଡିରେ ସର୍ବାଧିକ ୩୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ତେବେ ଆସନ୍ତା ୪/ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବା ନେଇ ପୂର୍ବାନୁମାନ କରାଯାଇଛି। ସୋମବାର ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କଟକ, ପୁରୀ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ। ସେହିପରି ମଙ୍ଗଳବାର ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଏବଂ ବୁଧବାର ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାରେ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri