ପଡ଼ିଆରେ ଠିଆ ହୋଇଥିଲେ ଯୁବକ: ହଠାତ୍‌ ୩ ଜଣ ପହଞ୍ଚି କଲେ ଆକ୍ରମଣ, ଆଉ ତା’ ପରେ…

ରାୟଗଡ଼ା,୨୭ା୮(ଆଶିଷ ରଞ୍ଜନ ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ରାୟଗଡ଼ା ସହରରେ ଅଗ୍ନିଶମ କାର୍ଯ୍ୟାଳୟ ପଛପଟ ପଡ଼ିଆରେ ଘଟିଛି ହତ୍ୟାକାଣ୍ଡ। ଏକ ଧାରୁଆ ଅସ୍ତ୍ରରେ ତିନି ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ ହତ୍ୟା କରିଛନ୍ତି।

ମୃତକ ଜଣକ ହେଲେ ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପଛପଟେ ଥିବା ହରିଜନ ବସ୍ତିର ରୋହିତ ଥାପ୍ପା। ତାଙ୍କ ମୃତଦେହ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପଡ଼ିଆ ନିକଟରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସିଳୟରେ ଭର୍ତ୍ତି କରିଥିଲେ। ହେଲେ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ୩ ଦିନ ତଳେ କିଛି ଯୁବକଙ୍କ ସହ ରୋହିତଙ୍କର ପାଟିତୁଣ୍ଡ ହୋଇଥିଲା। ପରେ ଆପୋଷ ବୁଝାମଣା ହୋଇଥିବା ବେଳେ ଆଜି ଅପରାହ୍ନରେ ରୋହିତ ଖେଳ ପଡ଼ିଆରେ ଠିଆ ହୋଇଥିଲେ। ଏହି ସମୟରେ ତିନି ଜଣ ଯୁବକ ଆସି ମାରଣାସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସେ ଅଚେତ ହୋଇପଡ଼ିଥିଲେ। ତେବେ ଏନେଇ ଟାଉନ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ହତ୍ୟାକାଣ୍ଡ ଭିଆଇଥିବା ତିନି ଜଣ ଯୁବକଙ୍କ ଖୋଳତାଡ଼ ଆରମ୍ଭ କରିଥିବା ପୋଲିସ ସୂଚନା ଦେଇଛି। ତେବେ ଏହି ହତ୍ୟାକାଣ୍ଡ ଘଟଣା କାରଣରୁ ମହିଳା ମହାବିଦ୍ୟାଳୟ ପଛପଟେ ଥିବା ମୃତକଙ୍କ ବସ୍ତି ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ରାୟଗଡ଼ା ଏସ୍‌ଡିପିଓ ଗୌରହରି ସାହୁ ଏବଂ ଟାଉନ ଥାନା ଆଇଆଇସି ପ୍ରସନ୍ନ କୁମାର ବେହେରାଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ଫୋର୍ସ ଜଗିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri