ହଠାତ୍‌ ଯୁବକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଅଢେଇ ଲକ୍ଷ ଟଙ୍କା: ଖୁସି ହେବା ପରିବର୍ତ୍ତେ କଲେ ଏମିତି କାମ

କୋରାପୁଟ,୧୮।୩(ଅମିତାଭ ବେହେରା): ସମାଜରେ ଆଜି ବି ବଞ୍ଚି ରହିଛି ମାନବିକତା। ନିଜ ବ୍ୟାଙ୍କ ଆକାଉଣ୍ଟକୁ ଭୁଲ୍‌ରେ ଆସିଥିବା ଟଙ୍କା ଫେରାଇ ମାନବିକତାର ପରିଚୟ ଦେଲେ କୋରାପୁଟର ଯୁବକ ଶରତ ପଟ୍ଟନାୟକ। ସୂଚନା ଅନୁସାରେ ଗତ ଶନିବାର କୋରାପୁଟ ସହରର ଯୁବକ ଶରତ ପଟ୍ଟନାୟକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅଚାନକ ୨,୫୩,୭୨୫ ଜମା ହୋଇଥିଲା। ଏତେ ଗୁଡିଏ ଟଙ୍କା ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା ହେବାକୁ ନେଇ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏତେ ଟଙ୍କା କିପରି ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ସେ ନେଇ ତର୍ଜମା କଲେ। ତାଙ୍କର କେହି ସମ୍ପର୍କୀୟ କି ବାକିଥିବା କୌଣସି ଟଙ୍କା ତାଙ୍କ ପାଖକୁ ଆସି ନ ଥିଲା l ଶନିବାର ସାରେ ଚେନାଇରୁ ଜଣେ ମହିଳା ଫୋନ କରି କହିଲେ ଯେ କମ୍ପାନୀ ଆକାଉଣ୍ଟରୁ ଅନ୍ୟ ଆକାଉଣ୍ଟକୁ ଟଙ୍କା ପଠାଉଥିବା ବେଳେ ଭୁଲବଶତଃ ତାଙ୍କ ଆକାଉଣ୍ଟକୁ ଟଙ୍କା ଆସିଯାଇଛି। ଫୋନ କରିଥିବା ମହିଳାଙ୍କୁ ଟଙ୍କା ଫେରେଇବା ପାଇଁ ଆଶ୍ୱସନା ଦେବା ସହିତ ଏ ନେଇ ବ୍ୟାଙ୍କ ସହିତ ଆଲୋଚନା କରିଥିଲେ l ବ୍ୟାଙ୍କ ଓ ଟଙ୍କା ଆସିଥିବା ସମ୍ପୃକ୍ତ କମ୍ପାନୀ ସହିତ ଯୋଗାଯୋଗ କରି ସେ ସମସ୍ତ ଟଙ୍କା କମ୍ପାନୀ ଆକାଉଣ୍ଟକୁ ଫେରସ୍ତ କରିଛନ୍ତି l ଶରତଙ୍କ ଆକାଉଣ୍ଟ ଆସିଥିବା ଏତେ ଗୁଡିଏ ଟଙ୍କାକୁ ସେ ଲୋଭ ନ କରି ସମସ୍ତ ଟଙ୍କା ଫେରାଇ ଦେଇ ଥିବାରୁ ଉକ୍ତ କମ୍ପାନୀ ତରଫରୁ ଶରତଙ୍କୁ ସାଧୁବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri