ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନକ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ବୈଜ୍ଞାନିକ ଉତ୍କର୍ଷ ପାଇଁ ଜଟଣୀସ୍ଥିତ ‘ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’। ପୁରସ୍କାର ବାବଦକୁ ତାଙ୍କୁ ୨ ଲକ୍ଷ ଟଙ୍କାର ଅର୍ଥରାଶି ସହ ପ୍ରଶଂସା ପତ୍ର ଓ ଉପଢୌକନ ପ୍ରଦାନ କରାଯିବ।
ପ୍ରଫେସର ପଣ୍ଡା ୧୯୮୮ରେ ଭୁବନେଶ୍ୱର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସରୁ ପିଏଚ୍‌ଡି କରିବା ପରେ ମୁମ୍ବାଇସ୍ଥିତ ଟାଟା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ, ଇଟାଲୀସ୍ଥିତ ଆଇସିଟିପି ଏବଂ ନେଦରଲାଣ୍ଡର ଗ୍ରୋନିଙ୍ଗେନ ବିଶ୍ୱବିଦ୍ୟାଳୟରେ ପୋଷ୍ଟ ଡକ୍ଟରାଲ ଗବେଷଣା କରିଥିଲେ। ୧୯୯୩ରେ ସେ ଆଲ୍ଲାହାବାଦ ଏଚ୍‌ଆର୍‌ଆଇରେ ଅଧ୍ୟାପକ ଭାବେ ଚାକିରି ଜୀବନ ଆରମ୍ଭ କରିଥିଲେ। ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ଏହାର ଡିନ୍‌ ଅଫ୍‌ ଆଡମିନିଷ୍ଟ୍ରେଶନ ଭାବରେ କାର୍ଯ୍ୟ କରିଥିଲେ। ଏହା ପରେ ସେ ଭୁବନେଶ୍ୱରର ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକାଲ ସାଇନ୍ସର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ୨୦୧୮ରେ ଭୁବନେଶ୍ୱରସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ୍‌୍‌ ଏଜୁକେଶନ ଆଣ୍ଡ ରିସର୍ଚ୍ଚ (ନାଇଜର)ର ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହୋଇଥିଲେ।
ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଜୀବବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରଫେସର ଲୁନା ସାମନ୍ତ, ଭୁବନେଶ୍ୱରସ୍ଥିତ ଆଇଏମ୍‌ଏମ୍‌ଟିର ଭୌତିକ ବିଜ୍ଞାନ ମୁଖ୍ୟ ଡ. ଦଣ୍ଡ ଶ୍ରୀନିବାସ ରାଓ, ରାଉରକେଲାସ୍ଥିତ ଏନ୍‌ଆଇଟିର ପ୍ରଫେସର ଅନୁପ କୁମାର ପଣ୍ଡା ଓ ଲକ୍ଷ୍ନୌସ୍ଥିତ ଜାତୀୟ ଉଦ୍ଭିଦ ବିଜ୍ଞାନ ଗବେଷଣା ସଂସ୍ଥାର ବୈଜ୍ଞାନିକ ଡ. ସରୋଜକାନ୍ତ ବାରିକଙ୍କୁ ‘ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର’ ପ୍ରଦାନ କରାଯିବ। ଏମାନଙ୍କୁ ୧ ଲକ୍ଷ ଟଙ୍କାର ଅର୍ଥରାଶି ସହ ପ୍ରଶଂସା ପତ୍ର ଓ ଉପଢୌକନ ପ୍ରଦାନ କରାଯିବ। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରର ଜୀବବିଜ୍ଞାନ ବିଭାଗର ପୋଷ୍ଟ ଡକ୍ଟରାଲ ଫେଲୋ ଡ. ଶଶାଙ୍କ ଶେଖର ସ୍ବାଇଁ , ନାଇଜରର ଭୌତିକ ବିଜ୍ଞାନ ବିଭାଗର ଡ . ନିବେଦିତା ଦାଶ , ଏନ୍‌ଆଇଟି ରାଉରକେଲାର ସହକାରୀ ପ୍ରଫେସର ଡ . ଜ୍ଞାନରଞ୍ଜନ ସେନାପତି ଓ ନାଇଜରର ଆସିଷ୍ଟାଣ୍ଟ ପ୍ରଫେସର ଡ.ସତ୍ୟପ୍ରସାଦ ପି. ସେନାନାୟକଙ୍କୁ ‘କୃତୀ ଯୁବବୈଜ୍ଞାନିକ’ ଭାବରେ ପୁରସ୍କୃତ କରାଯିବ। ପ୍ରଫେସର ସଙ୍ଗୀତା ରଥ ଓ ହିମାଂଶୁ ଶେଖର ଫତେସିଂହଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ପ୍ରଦାନ କରାଯିବ। ‘ଯୁବ ବୈଜ୍ଞାନିକ ପୁରସ୍କାର’ ଓ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ବାବଦକୁ ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କାର ଅର୍ଥରାଶି ସହ ଉପଢୌକନ ଓ ପ୍ରଶସ୍ତିପତ୍ର ପ୍ରଦାନ କରାଯିବ। ଏହା ବ୍ୟତୀତ ପ୍ରଫେସର ଭାସ୍କର ଚନ୍ଦ୍ର ଦାଶ, ପ୍ରଫେସର ସତ୍ୟାନନ୍ଦ ସ୍ବାଇଁ ଓ ପ୍ରଫେସର ଅଜୟ କୁମାର ପାତ୍ର ‘ବରିଷ୍ଠ ବୈଜ୍ଞାନିକ’ ଭାବରେ ସମ୍ବର୍ଦ୍ଧିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri