ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନକ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ବୈଜ୍ଞାନିକ ଉତ୍କର୍ଷ ପାଇଁ ଜଟଣୀସ୍ଥିତ ‘ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’। ପୁରସ୍କାର ବାବଦକୁ ତାଙ୍କୁ ୨ ଲକ୍ଷ ଟଙ୍କାର ଅର୍ଥରାଶି ସହ ପ୍ରଶଂସା ପତ୍ର ଓ ଉପଢୌକନ ପ୍ରଦାନ କରାଯିବ।
ପ୍ରଫେସର ପଣ୍ଡା ୧୯୮୮ରେ ଭୁବନେଶ୍ୱର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକ୍ସରୁ ପିଏଚ୍‌ଡି କରିବା ପରେ ମୁମ୍ବାଇସ୍ଥିତ ଟାଟା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ, ଇଟାଲୀସ୍ଥିତ ଆଇସିଟିପି ଏବଂ ନେଦରଲାଣ୍ଡର ଗ୍ରୋନିଙ୍ଗେନ ବିଶ୍ୱବିଦ୍ୟାଳୟରେ ପୋଷ୍ଟ ଡକ୍ଟରାଲ ଗବେଷଣା କରିଥିଲେ। ୧୯୯୩ରେ ସେ ଆଲ୍ଲାହାବାଦ ଏଚ୍‌ଆର୍‌ଆଇରେ ଅଧ୍ୟାପକ ଭାବେ ଚାକିରି ଜୀବନ ଆରମ୍ଭ କରିଥିଲେ। ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ଏହାର ଡିନ୍‌ ଅଫ୍‌ ଆଡମିନିଷ୍ଟ୍ରେଶନ ଭାବରେ କାର୍ଯ୍ୟ କରିଥିଲେ। ଏହା ପରେ ସେ ଭୁବନେଶ୍ୱରର ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫିଜିକାଲ ସାଇନ୍ସର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ୨୦୧୮ରେ ଭୁବନେଶ୍ୱରସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଆଣ୍ଡ୍‌୍‌ ଏଜୁକେଶନ ଆଣ୍ଡ ରିସର୍ଚ୍ଚ (ନାଇଜର)ର ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହୋଇଥିଲେ।
ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଜୀବବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରଫେସର ଲୁନା ସାମନ୍ତ, ଭୁବନେଶ୍ୱରସ୍ଥିତ ଆଇଏମ୍‌ଏମ୍‌ଟିର ଭୌତିକ ବିଜ୍ଞାନ ମୁଖ୍ୟ ଡ. ଦଣ୍ଡ ଶ୍ରୀନିବାସ ରାଓ, ରାଉରକେଲାସ୍ଥିତ ଏନ୍‌ଆଇଟିର ପ୍ରଫେସର ଅନୁପ କୁମାର ପଣ୍ଡା ଓ ଲକ୍ଷ୍ନୌସ୍ଥିତ ଜାତୀୟ ଉଦ୍ଭିଦ ବିଜ୍ଞାନ ଗବେଷଣା ସଂସ୍ଥାର ବୈଜ୍ଞାନିକ ଡ. ସରୋଜକାନ୍ତ ବାରିକଙ୍କୁ ‘ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର’ ପ୍ରଦାନ କରାଯିବ। ଏମାନଙ୍କୁ ୧ ଲକ୍ଷ ଟଙ୍କାର ଅର୍ଥରାଶି ସହ ପ୍ରଶଂସା ପତ୍ର ଓ ଉପଢୌକନ ପ୍ରଦାନ କରାଯିବ। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ରର ଜୀବବିଜ୍ଞାନ ବିଭାଗର ପୋଷ୍ଟ ଡକ୍ଟରାଲ ଫେଲୋ ଡ. ଶଶାଙ୍କ ଶେଖର ସ୍ବାଇଁ , ନାଇଜରର ଭୌତିକ ବିଜ୍ଞାନ ବିଭାଗର ଡ . ନିବେଦିତା ଦାଶ , ଏନ୍‌ଆଇଟି ରାଉରକେଲାର ସହକାରୀ ପ୍ରଫେସର ଡ . ଜ୍ଞାନରଞ୍ଜନ ସେନାପତି ଓ ନାଇଜରର ଆସିଷ୍ଟାଣ୍ଟ ପ୍ରଫେସର ଡ.ସତ୍ୟପ୍ରସାଦ ପି. ସେନାନାୟକଙ୍କୁ ‘କୃତୀ ଯୁବବୈଜ୍ଞାନିକ’ ଭାବରେ ପୁରସ୍କୃତ କରାଯିବ। ପ୍ରଫେସର ସଙ୍ଗୀତା ରଥ ଓ ହିମାଂଶୁ ଶେଖର ଫତେସିଂହଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ପ୍ରଦାନ କରାଯିବ। ‘ଯୁବ ବୈଜ୍ଞାନିକ ପୁରସ୍କାର’ ଓ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ପୁସ୍ତକ ପୁରସ୍କାର’ ବାବଦକୁ ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କାର ଅର୍ଥରାଶି ସହ ଉପଢୌକନ ଓ ପ୍ରଶସ୍ତିପତ୍ର ପ୍ରଦାନ କରାଯିବ। ଏହା ବ୍ୟତୀତ ପ୍ରଫେସର ଭାସ୍କର ଚନ୍ଦ୍ର ଦାଶ, ପ୍ରଫେସର ସତ୍ୟାନନ୍ଦ ସ୍ବାଇଁ ଓ ପ୍ରଫେସର ଅଜୟ କୁମାର ପାତ୍ର ‘ବରିଷ୍ଠ ବୈଜ୍ଞାନିକ’ ଭାବରେ ସମ୍ବର୍ଦ୍ଧିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri