ନିର୍ବାଚନୀ ପ୍ରଚାର ମଇଦାନରେ ସୁଦାମ ମାର୍ଣ୍ଡି, ପ୍ରୀତିନନ୍ଦା କାନୁନ୍‌ଗୋ

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ମୟୂରଭଞ୍ଜ ଲୋକ ସଭା ଆସନ ପାଇଁ ସୁଦାମ ମାର୍ଣ୍ଡି ଓ ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଧାୟିକା ପ୍ରାର୍ଥୀ ଭାବେ ପ୍ରୀତିନନ୍ଦା କାନୁନ୍‌ଗୋଙ୍କୁ ଟିକେଟ୍‌ ଦେଇଥିବା ବେଳେ ବୁଧବାର ରାସଗୋବିନ୍ଦପୁର ଓ ମୋରଡ଼ାରେ ସ୍ବାଗତ ସମ୍ବର୍ଦ୍ଧନା କରିବା ସହିତ ଆରମ୍ଭ କରିଛି ନିର୍ବାଚନୀ ପ୍ରଚାର।

ପ୍ରଥମେ ଆଜି ପୂର୍ବାହ୍ନରେ ପ୍ରୀତିନନ୍ଦା ଓ ବିଧାୟକ ରାଜକିଶୋର ଦାସ ପ୍ରସିଦ୍ଧ ଦେବଶୋଳସ୍ଥିତ ବୁଦ୍ଧେଶ୍ୱର ମହାଦେବ ମନ୍ଦିରକୁ ଯାଇ ସେଠାରେ ମହାଦେବଙ୍କ ଆଶୀର୍ବାଦ ନେଇଥିଲେ। ପରେ ପରେ ବିଜେଡି କର୍ମୀମାନେ ବାଇକ୍‌ ଶୋଭାଯାତ୍ରାରେ ରାସଗୋବିନ୍ଦପୁର ଛକ ନିକଟରେ ଶ୍ରୀମତୀ କାନୁନ୍‌ଗୋଙ୍କୁ ଫୁଲମାଳ ଦେଇ ସମର୍ଦ୍ଧିତ କରିବା ପରେ ଗାନ୍ଧୀଗୁରୁକୁଳ ନିକଟ ପଡ଼ିଆରେ ଆୟୋଜିତ ସଭାକୁ ପାଛୋଟି ନେଇଥିଲେ। ବାରିପଦା ପୌରାଧକ୍ଷ କୃଷ୍ଣାନନ୍ଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶ୍ରୀମତୀ କାନୁନ୍‌ଗୋ, ରାଜକିଶୋର ଦାସଙ୍କ ସହିତ ଲୋକ ସଭା ପ୍ରାର୍ଥୀ ସୁଦାମ ମାର୍ଣ୍ଡି ଯୋଗଦେଇଥିଲେ। ଉପସ୍ଥିତ ଅତିଥିଗଣଙ୍କୁ ସରପଞ୍ଚ ସଂଘ, ଜିଲାପରିଷଦ ସଭ୍ୟ, ସମିତି ସଭ୍ୟା,ବିଜୁ ଛାତ୍ର ଜନତା ଦଳ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ।
ପରେ ଅପରାହ୍ନରେ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଜଗନ୍ନାଥ ମନ୍ଦିର ପଡ଼ିଆରେ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ପ୍ରଥମେ ବିଧାୟକ ରାଜକିଶୋର ଦାସ, ପ୍ରୀତିନନ୍ଦା କାନୁନ୍‌ଗୋ, ସୁଦାମ ମାର୍ଣ୍ଡି ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେବା ପରେ କର୍ମୀମାନେ ସଭାକାର୍ଯ୍ୟକୁ ପାଛୋଟି ନେଇଥିଲେ। କୃଷ୍ଣାନନ୍ଦ ମହାନ୍ତିଙ୍କ ପରିଚାଳନାରେ ଅନୁଷ୍ଠିତ ଉକ୍ତ ସଭାକାର୍ଯ୍ୟରେ ପ୍ରଥମେ ମହିଳାସଭା ନେତ୍ରୀ ବିଦ୍ୟୁତପ୍ରଭା ବେହେରା, ବିଜୁ ଯୁବ ଜନତା ଦଳର ବ୍ଲକ ସଭାପତି ସମୀର ବେହେରା, ସରପଞ୍ଚ ସଂଘ ସଭାପତି ରବି ସିଂ, ସମିତି ସଭ୍ୟ ତନୟ ଦାସଙ୍କ ନେତୃତ୍ୱରେ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ଓଡ଼ିଶାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଚଢେଇଗାଁ, ଗଡ଼ିଆ, କୋହି ପଞ୍ଚାୟତର ଜେଏମ୍‌ଏମ୍‌,ଭାଜପା, କଂଗ୍ରେସର କର୍ମୀମାନେ ବିଜୁ ଜନତା ଦଳରେ ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଆମ ଓଡ଼ିଶା ନବୀନ ଓଡ଼ିଶା ଜିଲା ସଂଯୋଜକ ସୁନୀଲ ଦାସ, ବ୍ଲକ ଅଧ୍ୟକ୍ଷ ପୀତନାଥ ସୋରେନ, ଜିଲା ପରିଷଦ ସଭ୍ୟ ଅଭିରାମ ଭୋଇ, ସଭ୍ୟା ଝରଣା ମୁର୍ମୁ, ଯୁବ ନେତା ସରୋଜ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟରେ ପ୍ରତ୍ୟେକ ଗାଁର ଉନ୍ନତି ହେବା ସହିତ ନବୀନ ସରକାର ପୁଣି ଆସିଲେ କିପରି ସମସ୍ତ ଯୋଜନା ଲୋକଙ୍କ ପାଖରେ ପହଞ୍ଚିପାରିବ, ଏହିସବୁ ମୁଦାକୁ ନେଇ ନିର୍ବାଚନ ମଇଦାନକୁ ଓହ୍ଲାଇବେ ବୋଲି କହିଛନ୍ତି ବିଧାୟିକା ପ୍ରାର୍ଥୀ ପ୍ରୀତିନନ୍ଦା କାନୁନ୍‌ଗୋ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?