ଢେଙ୍କାନାଳରୁ ସୁଧୀର, କାମାକ୍ଷାନଗରରୁ ପ୍ରଫୁଲ୍ଲ ଓ ପରଜଙ୍ଗରୁ ନୃସିଂହ

ଢେଙ୍କାନାଳ,୨୮ା୩(ରତନ ନାୟାର)ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରାର୍ଥୀ ଘୋଷଣା କରାଯାଇଛି। ଢେଙ୍କାନାଳ, କାମାକ୍ଷାନଗର ଓ ପରଜଙ୍ଗ ନିବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅପରବର୍ତ୍ତିତ ରହିଛନ୍ତି। ଢେଙ୍କାନାଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ସୁଧୀର କୁମାର ସାମଲ, କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ କୁମାର ମଲ୍ଲିକ ଏବଂ ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଧାୟକ ତଥା ଜିଲା ବିଜେଡି ସଭାପତି ଡା. ନୃସିଂହ ଚରଣ ସାହୁଙ୍କୁ ଦଳ ପୁଣି ପ୍ରାର୍ଥୀ କରିଛି। କିନ୍ତୁ ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଦଳ ବୁଧବାର ପ୍ରାର୍ଥୀ ଘୋଷଣା କରିପାରିନାହିଁ।
ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀ ବିଧାୟକ ସୁଧୀର କୁମାର ସାମଲଙ୍କ ଉପରେ ଦଳ ଦ୍ୱିତୀୟଥର ପାଇଁ ଭରସା କରିଛି। ଏ ନେଇ ସୁଧୀର କହିଛନ୍ତି, ମୁଖ୍ୟମନ୍ତ୍ରୀ ଦ୍ୱିତୀୟଥର ପାଇଁ ଆସ୍ଥା ପ୍ରକଟ କରିଥିବାରୁ ପ୍ରଥମେ ତାଙ୍କୁ କୃତଜ୍ଞତା ଜଣାଉଛି। ବିଗତ ୫ବର୍ଷ ଭିତରେ ଗାଁ ଗାଁ, ଘର ଘର ବୁଲିଛୁ। ନିର୍ବାଚନମଣ୍ଡଳୀର ସଦର ଓ ଗଁଦିଆ ବ୍ଲକର ୫୦ଟି ପଞ୍ଚାୟତରେ ବିଜୁ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ, ବିଦ୍ୟାଳୟ ରୁପାନ୍ତରଣ, ପାନୀୟଜଳ ସମସ୍ୟା, ଧର୍ମାନୁଷ୍ଠାନର ଉନ୍ନତୀକରଣ, ସ୍ବାସ୍ଥ୍ୟ, କୃଷି ଆଦି ସବୁ କ୍ଷେତ୍ରରେ ଉନ୍ନତି ହୋଇଛି। ଆସନ୍ତା ନିର୍ବାଚନରେ ବହୁତ ଭଲ କରିବୁ ଏବଂ ବିଜୟୀ ହେବୁ। ସୂଚନାଯୋଗ୍ୟ, ସୁଧୀର କୁମାର ସାମଲ ୨୦୦୪ରେ ପ୍ରଥମେ କଂଗ୍ରେସ ଟିକେଟରେ ଢେଙ୍କାନାଳ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଥିଲେ। ଏହାପରେ ୨୦୧୯ରେ ବିଜେଡି ଟିକେଟରେ ବିଜୟୀ ହୋଇ ବିଧାୟକ ହୋଇଥିଲେ।
ସେହିପରି କାମାକ୍ଷାନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ଉପରେ ବିଜେଡି ୫ମ ଥର ପାଇଁ ଭରସା କରି ପ୍ରାର୍ଥୀ କରିଛି। ସେ ଏହି ନିର୍ବାଚନ ମଣ୍ଡଳୀରୁ ୪ଥର ବିଧାୟକ ହୋଇ ୨ଟି ପାଳିରେ ମନ୍ତ୍ରୀ ହୋଇଛନ୍ତି। ଏ ସମ୍ପର୍କରେ ମନ୍ତ୍ରୀ ମଲ୍ଲିକ କହିଛନ୍ତି, କାମାକ୍ଷାନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବହୁ ବିକାଶମୂଳକ କାର୍ଯ୍ୟ ହୋଇଛି। ଅନେକ ଗ୍ରାମକୁ ସଂଯୋଗ ପାଇଁ ବ୍ରାହ୍ମଣୀ ଓ ରାମିଆଳ ନଦୀରେ ସେତୁ ନିର୍ମାଣ କରାଯାଇଛି। ପାନୀୟଜଳ ସମସ୍ୟାର ସମାଧାନ ସମେତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ହୋଇଛି। ଆସନ୍ତା ନିର୍ବାଚନରେ ଗତଥର ଅପେକ୍ଷା ବହୁ ଅଧିକ ଭୋଟରେ ବିଜୟୀ ହେବୁ।
ସେହିପରି ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ଥର ପାଇଁ ପ୍ରାର୍ଥୀ ହୋଇଛନ୍ତି ବିଧାୟକ ତଥା ଜିଲା ବିଜେଡି ସଭାପତି ଡା. ନୃସିଂହ ଚରଣ ସାହୁ। ସେ ଏଥିପୂର୍ବରୁ ପାଲଲହଡା ନିର୍ବାଚନମଣ୍ଡଳୀରେ ଥରେ କଂଗ୍ରେସ ଓ ଥରେ ଜନତା ଦଳର ବିଧାୟକ ହୋଇଥିଲେ। ୨୦୦୯ ମସିହାରେ ନୂତନ ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ ଗଠନ ହେବାପରେ ସେ ଲଗାତର ୩ଥର ବିଧାୟକ ହେବା ସହିତ ରାଜ୍ୟ ସରକାରରେ ମନ୍ତ୍ରୀ ମଧ୍ୟ ରହିଥିଲେ। ଏ ନେଇ ବିଧାୟକ ସାହୁ କହିଛନ୍ତି, ସମସ୍ୟା ଆସୁଥିବ, ଏହାର ସମାଧାନ ମଧ୍ୟ କରାଯାଉଥିବ। ଚଳିତ ନିର୍ବାଚନରେ ବହୁ ଭଲ ଭୋଟରେ ଜିତିବୁ। ଜିଲାର ଏହି ୩ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଘୋଷଣା ହେବାପରେ ପ୍ରାର୍ଥୀମାନଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିବା ଯୋଗୁ ରାଜନୈତିକ ବାତାବରଣ ଅଧିକ ସରଗରମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଆଉ ୮ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଭାଜପା ପ୍ରାର୍ଥୀ କରିଛି। ସେହିପରି ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri