ମାଓବାଦୀ ଦମନ କରିବେ ଆତ୍ମସମର୍ପିତ ସୁଧୀର

ଫୁଲବାଣୀ ଅଫିସ, ୨୪ା୨: ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ଧନଞ୍ଜୟ ଗୋପେ ଓରଫ ସୁଧୀର ଆଣ୍ଟି ନକ୍ସଲ ପିପୁଲ ପିସ୍‌ ଫୋର୍ସ (ଏଏନ୍‌ପିପିଏଫ)ରେ ଯୋଗ ଦେଇଛନ୍ତି। ସେ ଏଥର ମାଓବାଦୀଙ୍କ ଦମନରେ ସାମିଲ ହେବେ। ବିଶେଷ କରି ପିପୁଲ୍ସ ଲିବେରେଶନ ଗେରିଲା ଆର୍ମି (ପିଏଲ୍‌ଜିଏ) ବିରୋଧରେ ନିଜ କାର୍ଯ୍ୟ ଜାରି ରଖିବେ। ସେହିପରି ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ ଉପରେ ମଧ୍ୟ ଜୋର ଦେବେ ବୋଲି ଏଏନ୍‌ପିପିଏଫ୍‌ର ରାଜ୍ୟ ପ୍ରତିଷ୍ଠାତା ଭାରତ ଭୂଷଣ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ପ୍ରକାଶ କରିଛନ୍ତି।

ସେ ଆହୁରି କହିଛନ୍ତି, ମାଓବାଦୀଙ୍କ ବର୍ତ୍ତମାନ ସ୍ଥିତି ଏବଂ ସେମାନଙ୍କ ଲଢ଼େଇ କୌଶଳକୁ ନଜର କରି ଏଏନ୍‌ପିପିଏଫ ରାଜ୍ୟ ନେତୃତ୍ୱରେ ବହୁତ ପରିବର୍ତ୍ତନ କରିଛି। ଏବେ ଏହାର ଦାୟିତ୍ୱ ଆତ୍ମସମର୍ପିତ ମାଓବାଦୀ ସୁଧୀରଙ୍କୁ ଦିଆଯାଇଛି। ସେ ମାଓବାଦୀଙ୍କ ଗତିବିଧି ଏବଂ ସେମାନଙ୍କ ବିଭିନ୍ନ କାର୍ଯ୍ୟଶୈଳୀ ବିରୋଧରେ ଯୋଜନା କରି କାମ କରିବେ। ଆତ୍ମ ସମର୍ପଣ ପରେ ସୁଧୀର ଦୀର୍ଘଦିନ ଧରି ଏଏନ୍‌ପିପିଏଫ ସମ୍ପର୍କରେ ଥିଲେ। ତାଙ୍କ ଆଗ୍ରହ, ନେତୃତ୍ୱକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ସୁଧୀର ଦୀର୍ଘ ଦିନ ଧରି ଆନ୍ଧ୍ର ଡିଭିଜିନାଲ କମିଟି ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ନାମରେ ବିଭିନ୍ନ ରାଜ୍ୟରେ ୨୭ରୁ ଊର୍ଦ୍ଧ୍ୱ ମାମଲା ରହିଥିଲା। ସୁଧୀରଙ୍କୁ ଧରାଇଲେ ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ହୋଇଥିଲା। ତେବେ ସେ ୨ବର୍ଷ ତଳେ କୋରାପୁଟ ଡିଆଇଜିଙ୍କ ନିକଟରେ ଆତ୍ମସମର୍ପଣ କରିଥିଲେ। ସରକାରଙ୍କ ପକ୍ଷରୁ ତାଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri