ସୁଧୁରୁନି ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା

ନୀଳଗିରି, ୫।୧୦(ପ୍ରଶାନ୍ତ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ଉପରେ ପ୍ରତିଦିନ ଶହ ଶହ ଲୋକ ନିର୍ଭର କରନ୍ତି। ନୀଳଗିରି ଡାକ୍ତରଖାନା ଜିଲାର ଏକମାତ୍ର ଉପଖଣ୍ଡ ହସ୍‌ପିଟାଲ ଭାବେ ମାନ୍ୟତା ପାଇଥିଲେ ମଧ୍ୟ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ସମୟର ଅନୁସାରେ ଜରୁରୀ ପ୍ରତିକାରକୁ ଗୁରୁତ୍ୱ ଦେଉନାହାନ୍ତି। ଦିନକୁ ଦିନ ସ୍ବାସ୍ଥ୍ୟସେବାରେ ଅବନତି ବୃଦ୍ଧି ପାଉଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି। ଉପଖଣ୍ଡ ଚିକିତ୍ସାଳୟ ଉପରେ ବିଭିନ୍ନ ସମସ୍ୟାର ସମାଧାନ ପ୍ରତି କ୍ରମାଗତ ଭାବେ ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରତିବାଦ, ଶତ ଅନୁରୋଧକୁ ମିଛ ପ୍ରତିଶ୍ରୁତିରେ ଭଣ୍ଡେଇ ଦିଆଯାଉଛି। ନୀଳଗିରିବାସୀ ୧୨ଟି ଦାବି ନେଇ ଏକ ସ୍ମାରକପତ୍ର ବୁଧବାର ନୀଳଗିରି ଉପଜିଲାପାଳ ମନ୍ଦରଧର ମହାଳିକଙ୍କୁ ପ୍ରଦାନ କରିଛନ୍ତି।
ମଧ୍ୟରେ ରୋଗୀମାନେ ଜରୁରୀକାଳୀନ ଚିକିତ୍ସା ପାଇପାରୁ ନ ଥିବାରୁ ସରକାରୀ କ୍ୱାର୍ଟର୍ସରେ ଡାକ୍ତରଙ୍କୁ ରହିବା ବ୍ୟବସ୍ଥା କରିବା, ମେଡିକାଲରେ ଜଣେ ରେଡ଼ିଓଲୋଜିଷ୍ଟଙ୍କୁ ନିଯୁକ୍ତି କରିବା, ଶବ ସଂରକ୍ଷଣ ଗୃହରେ ଫ୍ରିଜର ବ୍ୟବସ୍ଥା କରିବା, ସକାଳ ବେଳା ଚକ୍ଷୁ ରୋଗୀଙ୍କୁ ଚିକିତ୍ସା, ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବା, ଆଇସିୟୁ ଡାକ୍ତର ନିଯୁକ୍ତି କରାଯିବା, ଅର୍ଥପେଡିକ ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ଓ ଅଧିକ ଟେକ୍ନିସିଆନ୍‌ ନିଯୁକ୍ତି ଆଦି ରହିଛି। ସମସ୍ତ ଦାବିର ସ୍ଥାୟୀ ସମାଧାନ ନ ହେଲେ ନୀଳଗିରିବାସୀ ରାଜରାସ୍ତାକୁ ଓହ୍ଲାଇବା ସହ ସବ୍ୟସାଚୀ ମହାପାତ୍ର ବିଶାଳ ଗଣଧାରଣାର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri