Posted inଖେଳ

ସୁଦୀପ ଡୋପିଂ କଣ୍ଟ୍ରୋଲ ଅଫିସର ନିଯୁକ୍ତ

ଭୁବନେଶ୍ୱର, ୫ା୯ (ସ୍ପୋଟର୍‌ସ ବ୍ୟୁରୋ)-କିଟ୍‌ ୟୁନିଭର୍ସିଟି, କିମ୍ସ ପ୍ରଫେସର ସୁଦୀପ ଶତପଥୀ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌-ଓ୍ବେଷ୍ଟ ୨୦୨୦ ପାଇଁ ମେଡିକାଲ ପ୍ରତିନିଧି ଦଳରେ ଡୋପିଂ କଣ୍ଟ୍ରୋଲ ଅଫିସର ଭାବେ ନିଯୁକ୍ତି ପାଇଛନ୍ତି। ଏହି ଇଭେଣ୍ଟ ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ କାତାରର ଦୋହାରେ ଅନୁଷ୍ଠିତ ହେବ। ଇଣ୍ଟରନ୍ୟାଶନାଲ ଅଲିମ୍ପିକ କମିଟି (ଆଇଓସି)ରେ ସ୍ପୋଟର୍‌ସ ମେଡିଶିନରେ ଡିପ୍ଲୋମା ହାସଲ କରିଥିବା ସୁଦୀପ ଏହା ପୂର୍ବରୁ ରିଓ ଅଲିମ୍ପିକ୍ସ ଓ ପ୍ରିମିୟର ବ୍ୟାଡମିଣ୍ଟନ ଲିଗ୍‌ରେ ଜଣେ ସ୍ପୋଟର୍‌ସ ମେଡିସନ ଡାକ୍ତର ଭାବେ କାର୍ଯ୍ୟ କରିଛନ୍ତି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ) ୨୦୧୫ରେ ସଚିନ ତେନ୍ଦୁଲକରଙ୍କ ମାଲିକାନାରେ ଥିବା କେରଳ ବ୍ଳାଷ୍ଟର୍ସ ଏଫ୍‌ସିର ଜଣେ ଟିମ୍‌ ଡାକ୍ତର ଭାବେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ପ୍ରଫେସର ଅଚ୍ୟୁତ ସାମନ୍ତ ସୁଦୀପଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri