ଅନୁସୂଚିତ ଜନଜାତିଙ୍କ ପାଇଁ ସ୍ବତନ୍ତ୍ର ବିଭାଗ କରିବାକୁ ପରାମର୍ଶ

ଭୁବନେଶ୍ୱର, ୭।୩ (ବ୍ୟୁରୋ):ଓଡ଼ିଶାରେ ଅନୁସୂଚିତ ଜନଜାତିଙ୍କ ଅଧିକାର, ସୁରକ୍ଷା ଓ କଲ୍ୟାଣ ଦିଗରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେବାରେ ବିଫଳ ହୋଇଛନ୍ତି। ସେହିପରି ରାଜ୍ୟରେ ୨୩ ପ୍ରତିଶତ ଜନଜାତି ଥିବାବେଳେ ସେମାନଙ୍କ ବିକାଶ, ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ ନାହିଁ। ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଗୋଟିଏ ବିଭାଗ ରହିଛି। ଏହାଦ୍ୱାରା ଜନଜାତିଙ୍କ ବିକାଶ ପାଇଁ ବିଶେଷ ଧ୍ୟାନ ଦିଆଯାଇ ପାରୁନାହିଁ ବୋଲି ଜାତୀୟ ଅନୁସୂଚିତ ଜନଜାତି (ଏସଟି) କମିଶନ ହର୍ଷ ଚୌହାନ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ଡିଏମ୍‌ଏଫ୍‌ ପାଣ୍ଠି ଖର୍ଚ୍ଚ, ପେସା ନିୟମ ପ୍ରଣୟନ, ଆଦିବାସୀଙ୍କୁ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ କରାଯିବା ଏବଂ ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ନୂତନ ବିଭାଗ ଗଠନ କରିବା ଆଦି ସମ୍ପର୍କରେ ଏକମାସ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ କମିଶନ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଏସଟି କମିଶନ ଅଧ୍ୟକ୍ଷଙ୍କ ନେତୃତ୍ୱରେ କମିଶନଙ୍କ ପ୍ରତିନିଧି ଦଳ ଓ ରାଜ୍ୟ ସରକାରଙ୍କ ସହ ଲୋକସେବା ଭବନରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜନଜାତିଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡିକ ସମେତ ସ୍ବାସ୍ଥ୍ୟ, ଶିକ୍ଷା, ନିଯୁକ୍ତି, ପୁନଃ ଥଇଥାନ ଓ ମୌଳିକ ସୁବିଧା ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। କମିଶନ ସଦସ୍ୟ ଅନନ୍ତ ନାୟକ, ସଚିବ ଅଳକା ତିୱାରୀ ପ୍ରମୁଖଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ରୂପାରୋଶନ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଏଥିରେ ରାଜ୍ୟରେ ଆଦିବାସୀଙ୍କ ସାମାଜିକ ଓ ଅର୍ଥନୀତିକ ବିକାଶ, ସେମାନଙ୍କର ସାମ୍ବିଧାନିକ ଅଧିକାର ଓ ସୁରକ୍ଷା ଆଦିର ସମୀକ୍ଷା କରାଯାଇଥିଲା। ପରେ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ କମିଶନ ଅଧ୍ୟକ୍ଷ ଚୌହାନ ଉପସ୍ଥିତ ରହି ବୈଠକରେ ହୋଇଥିବା ଏହି ଆଲୋଚନା ସମ୍ପର୍କରେ ସୂଚନା ଦେଇଥିଲେ।
ବୈଠକରେ ଆଦିବାସୀଙ୍କ ପାଇଁ ବିଭିନ୍ନ ସ୍କିମରେ ଆସୁଥିବା ଅର୍ଥର ସୁବିନିଯୋଗ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏଥିସହ ବିଭିନ୍ନ ପ୍ରକଳ୍ପ ପାଇଁ ଆଦିବାସୀଙ୍କୁ ବିସ୍ଥାପିତ କରାଯାଇଥିଲେ ହେଁ ସେମାନଙ୍କୁ ଦୀର୍ଘଦିନ ଧରି ଥଇଥାନ କରା ନ ଯିବା, ଆଦିବାସୀବହୁଳ ଅଞ୍ଚଳରେ ସ୍ବାସ୍ଥ୍ୟ ଭିତ୍ତିଭୂମି ନ ଥିବା ଓ ଆବାସିକ ସ୍କୁଲଗୁଡିକରେ ଦୟନୀୟ ପରିସ୍ଥିତିରେ ରହୁଥିବା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଅବଗତ କରାଇଥିଲେ। ଚାକିରି କ୍ଷେତ୍ରରେ ବହୁ ସୁଯୋଗ ରହିଥିଲେ ବି ଜନଜାତିଙ୍କ ପାଇଁ ପଦବୀ ରହୁ ନ ଥିବାରୁ କମିଶନ ଅଧ୍ୟକ୍ଷ କ୍ଷୋଭ ପ୍ରକାଶ କରିଥିଲେ। ଏଥିସହ ନିୟମିତ ଭାବେ ଟ୍ରାଇବାଲ ଆଡ୍‌ଭାଇଜରି କାଉନ୍‌ସିଲ ବୈଠକ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗକୁ ପ୍ରତି ଜିଲାରେ ଆୟୋଗ ସମୀକ୍ଷା ବୈଠକ କରାଯିବ ବୋଲି ଅଧ୍ୟକ୍ଷ ଚୌହାନ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri