ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ତ୍ରୟମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଯୋଗଦେଇ ସରକାରଙ୍କ ଦ୍ୱାରା ଋଣ ଯୋଜନା ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ନେଇ ପରାମର୍ଶ ଦେଇଥିଲେ। ବିଶେଷକରି ଶିକ୍ଷା ଋଣ ପ୍ରଦାନ କରିବା ପାଇଁ ସେ ଗୁରୁତ୍ୱ ଦେଇଥିଲେ। ଏହି ଅବସରରେ ଗଞ୍ଜାମ ଜିଲାର ମୋଟ୍ ୩୪ଟି ବ୍ୟାଙ୍କର ଅଧିକାରୀ ଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ।