Posted inଖେଳ

ସୁହାସଙ୍କୁ ବ୍ୟାଡମିଣ୍ଟନରେ ରୌପ୍ୟ ପଦକ…

ଟୋକିଓ,୫।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ରବିବାର ଶେଷ ଦିନରେ ନୋଏଡାର ଡି.ଏମ. ସୁହାସ ଏଲ ୟଥିରାଜ ଭାରତ ପାଇଁ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌-୪ ଇଭେଣ୍ଟରେ ରୌପ୍ୟ ପଦକ ଆଣିଛନ୍ତି। ସେ ଫ୍ରାନ୍ସର ଏଲ ମାଜୁରଙ୍କଠାରୁ ୨୧-୧୫,୧୭-୨୧, ୧୫-୨୧ରେ ପରାଜିତ ହୋଇଛନ୍ତି। ମାଜୁର ସ୍ବର୍ଣ୍ଣ ପଦକ ହାତେଇଥିବାବେଳେ ସୁହାସଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି।

ଅଭିଜ୍ଞ ତଥା ଟାଇଟଲ ପ୍ରତିଯୋଗୀ ମାଜୁରଙ୍କ ବିପକ୍ଷରେ ଦ୍ୱିତୀୟ ଖେଳରେ ସୁହାସ ଭଲ ଆରମ୍ଭ କରିଥିଲେ। ଅବଶ୍ୟ, ଶେଷ ମୁହୂର୍ତ୍ତରେ ସୁହାସ କେତେକ ସୁଯୋଗରୁ ଲାଭ ଉଠାଇ ପାରି ନ ଥିଲେ।

ଏହା ପୂର୍ବରୁ ଶନିବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ସୁହାସ ଏକ ସହଜ ବିଜୟ ହାସଲ କରିଥିଲେ। ସେମିଫାଇନାଲରେ ୩୧ ମିନିଟ ଚାଲିଥିବା ଏକ ମ୍ୟାଚରେ ସୁହାସ ଡେନମାର୍କର ଫ୍ରେଡି ସେତିଆୱାନଙ୍କୁ ୨-୦ରେ ପରାସ୍ତ କରିଥିଲେ। ସୁହାସ ପ୍ରଥମ ସେଟ ୨୧-୯ ରେ ଜିତିଥିଲେ। ଦ୍ୱିତୀୟ ସେଟରେ କଡ଼ା ମୁକାବିଲା କରିବାକୁ ସତ୍ତ୍ୱେ ସୁହାସ ଏହାକୁ ୨୧-୧୫ରେ ଜିତିବାରେ ସଫଳ ହୋଇଥିଲେ।

ଦେଶ ପାଇଁ ଗୌରବ ଆଣିଥିବାରୁ ସୁହାସଙ୍କ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି। ସେହିପରି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୁହାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri