ବଢ଼ୁଛି ଆତ୍ମହତ୍ୟା ପ୍ରବଣତା, ଚାଲିଗଲା ଆଉ ୨ ଜୀବନ

ଭୁବନେଶ୍ୱର,୩।୮ (ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିବିଆଇ କାର୍ଯ୍ୟାଳୟ ନିକଟ ନୀଳପାଣିଟାଙ୍କି ବସ୍ତିର ଗଙ୍ଗାଧର ସ୍ବାଇଁ (୫୯)। କ୍ୟାପିଟାଲ ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (୬୨/୨୦୨୨) ରୁଜୁ କରି ତଦନ୍ତ ଚଳାଇଛି। ଆର୍ଥିକ ଅନଟନରୁ ସୃଷ୍ଟି ହୋଇଥିବା ପାରିବାରିକ ବିବାଦକୁ ନେଇ ଗଙ୍ଗାଧର ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଥାନାଧିକାରୀ ବିଶ୍ୱରଞ୍ଜନ ସେନାପତି କହିଛନ୍ତି।
ସୂଚନା ଅନୁଯାୟୀ, ଗଙ୍ଗାଧର ଏକ ଘରୋଇ କମ୍ପାନୀରେ ଚାକିରି କରିବା ସହ ସ୍ତ୍ରୀ, ଦୁଇ ପୁଅ ଓ ଝିଅଙ୍କ ସହ ସେଠରେ ରହୁଥିଲେ। ଗତ କିଛିମାସ ହେବ ଅର୍ଥ ପାଇଁ ପରିବାର ମଧ୍ୟରେ ଅଶାନ୍ତି ଲାଗି ରହୁଥିଲା। ମଙ୍ଗଳବାର ସକାଳେ ଗଙ୍ଗାଧର କମ୍ପାନୀ ନ ଯାଇ ଘରେ ଥିଲେ। ପିଲାମାନେ କଲେଜକୁ ଯାଇଥିଲେ। ମଧ୍ୟାହ୍ନରେ ସ୍ତ୍ରୀ ଘର ବାରଣ୍ଡାରେ ବସିଥିବାବେଳେ ଗଙ୍ଗାଧର ହଠାତ ଏକ ରୁମ୍‌ର କବାଟ ବନ୍ଦ କରିଦେଇଥିଲେ। ସ୍ତ୍ରୀ ଡାକିଥିଲେ ମଧ୍ୟ ସେ କବାଟ ଖୋଲି ନ ଥିଲେ। ପଡୋଶୀମାନେ କବାଟ ଭାଙ୍ଗିବା ପରେ ଏକ ଜିଆଇ ତାରରେ ଘର ଓରାରେ ଗଙ୍ଗାଧର ଝୁଲି ପଡ଼ିଥିବା ଦେଖିଥିଲେ। ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ...

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା...

ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri