ସୁରକ୍ଷାକର୍ମୀଙ୍କ ଦଳ ଉପରେ ଆତ୍ମଘାତୀ ଆକ୍ରମଣ: ୨ ମୃତ, ୧୯ ଆହତ…

ଇସଲାମାବାଦ,୨୭।୫ : ପାକିସ୍ତାନର ଅଶାନ୍ତ ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ସୁରକ୍ଷା ବାହିନୀଙ୍କର ଏକ ଦଳକୁ ଟାର୍ଗେଟ କରାଯାଇଛି। ବିସ୍ଫୋରକ ସାମଗ୍ରୀ ଥିବା ମୋଟରସାଇକେଲରେ ଆତ୍ମଘାତୀ ବିସ୍ଫୋରଣରେ ୧୯ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ଏହା ସହିତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଅଧିକାରୀମାନେ ଶନିବାର ଏହି ସୂଚନା ଦେଇଛନ୍ତି।

ସୁରକ୍ଷା ବାହିନୀଙ୍କର ଏହି ଦଳ ଖାଇବର ପାସ୍ତୁନଖ୍ବା ପ୍ରଦେଶର ଡେରା ଇସମାଇଲ ଖାନରୁ ଦକ୍ଷିଣ ୱାଜିରିସ୍ତାନର ଆସମାନ ମଞ୍ଜା ଅଞ୍ଚଳକୁ ଯାଉଥିବାବେଳେ ଆତ୍ମଘାତୀ ବିସ୍ଫୋରଣକାରୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ବୋମା ନିଷ୍କ୍ରିୟକାରୀ ଦଳର ଦାୟିତ୍ୱରେ ଥିବା ଇନାୟତୁଲ୍ଲା ଟାଇଗର କହିଛନ୍ତି। ସେ କହିଛନ୍ତି ସୁରକ୍ଷା ବାହିନୀର ଦୁଇଜଣ ସଦସ୍ୟଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

ସମଗ୍ର ଅଞ୍ଚଳକୁ କର୍ଡନ କରାଯାଇଛି ଏବଂ ପାକିସ୍ତାନର ଆଇନ ପ୍ରଣୟନକାରୀ ସଂସ୍ଥା ଏହି ଆକ୍ରମଣ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏପର୍ଯ୍ୟନ୍ତ ଏହି ଆକ୍ରମଣ ପାଇଁ କୌଣସି ସଂଗଠନ ନିଜକୁ ଦାୟୀ କରିନାହାଁନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri