ବନ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, କାରଣ ଅସ୍ପଷ୍ଟ

ବାରିପଦା ଅଫିସ,୧୨।୧୨: ବାରିପଦା ହାତୀ ଶିକାର ଘଟଣାକୁ ନେଇ ତିନି ଜଣ ବନ କର୍ମଚାରୀ ନିଲମ୍ବିତ ହେବା ଘଟଣା ପରେ ପୁଣି ଚର୍ଚ୍ଚା ଘେରକୁ ଆସିଛି ଶିମିଳିପାଳ। ଉକ୍ତ ଜେନାବିଲ ରେଞ୍ଜର ଜଣେ ବନ କର୍ମଚାରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ବ୍ୟାଘ୍ର ସୁରକ୍ଷା ବଳର କର୍ମଚାରୀ ତୁରାମ ପୂର୍ତ୍ତି। ସୂଚନାନୁଯାୟୀ, ଜେନାବିଲ ରେଞ୍ଜର ବନ ବିଭାଗ କର୍ମଚାରୀ ତୁରାମ ପୂର୍ତ୍ତି ରବିବାର ବିଷ ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଖବର ଜାଣିବା ପରେ ପରିବାର ଲୋକ ପ୍ରଥମେ ଯଶିପୁର ଡାକ୍ତରଖାନା ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ବିଷ ପିଇବା କାରଣ ଅସ୍ପଷ୍ଟ ରହିଛି। ସୂଚନା ମୁତାବକ ହାତୀ ମୃତ୍ୟୁ ଓ ପ୍ରମାଣ ନଷ୍ଟ ଘଟଣା ପ୍ରଘଟକୁ ସନ୍ଦେହ କରି ନିଲମ୍ବିତ ଉପରିସ୍ଥ କର୍ମଚାରୀ ଜଣକ ଗାଳି ଗୁଲଜ କରିବାକୁ ନେଇ ତୁରାମ ଆତ୍ମହତ୍ୟା ଉଦ୍ୟମ କରିଥିବା ସନ୍ଦେହ କରାଯାଉଛି। ଉକ୍ତ ଘଟଣାର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ତଥା କ୍ଷେତ୍ର ନିର୍ଦ୍ଦେଶକ ଟି ଅଶୋକ କୁମାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri