ବକେୟା ଦରମା ନ ମିଳିବାରୁ ପାଣିଟାଙ୍କି ଉପରେ ଚଢ଼ି ପୂର୍ବତନ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୨୫ା୧୦: ବକେୟା ଦରମା ନ ମିଳିବାରୁ ପାଣିଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ପୂର୍ବତନ କର୍ମଚାରୀ। ଏଭଳି ଘଟଣା ଘଟିଛି କଟକ ସଦର ବ୍ଲକ ଅରିଲୋ ପଞ୍ଚାୟତରେ।

ତାଙ୍କ ନାଁ ଦୀପକ ରଞ୍ଜନ ଖଣ୍ଡୁଆଳ। ଦୀପକ ପାଣି ଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କଲା ବେଳେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ତାଙ୍କୁ ଉଦ୍ଧାର କରାଯାଇଛି।

ସୂଚନାଯୋଗ୍ୟ, ଦୀପକ ୨୦୧୮-୨୦୧୯ ମସିହାରେ ଅରିଲୋ ପଞ୍ଚାୟତ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପରେ ଅସ୍ଥାୟୀ ପମ୍ପ ଚାଳକ ଭାବେ କାମ କରୁଥିଲେ। ହେଲେ ଆଜି ପର୍ଯ୍ୟନ୍ତ ତାଙ୍କୁ ପ୍ରାପ୍ୟ ମିଳି ନ ଥିବା ଅଭିଯୋଗ ହୋଇଛି। ସେ ବାରମ୍ବାର ଅଭିଯୋଗ କଲା ପରେ କେହି ନ ଶୁଣିବାରୁ ଶେଷରେ ସେ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି।

ଦୀପକ ପାଣିଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସ ଓ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ। ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri