ଡିଜିପି ଅଫିସ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ

କଟକ ଅଫିସ,୧୦ା୨: ଅଭିଯୁକ୍ତମାନେ ଘର ପୋଡ଼ିଲେ, ହତ୍ୟା ଉଦ୍ୟମ କଲେ। ଏଭଳି ଭାବେ ଅଭିଯୋଗ ହେବା ପରେ ପୋଲିସ ୧୦ ମାମଲା ରୁଜୁ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରୁନି। ଶେଷରେ ପୋଲିସର ନିଷ୍କ୍ରିୟତା ବିରୋଧରେ ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ବ୍ୟକ୍ତି ବୁଧବାର କଟକସ୍ଥିତ ଡିଜିପି ଅଫିସ ସମ୍ମୁଖରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପୋଲିସ ସେଠାରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ନିରପେକ୍ଷ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇ ଘରେ ଛାଡିଥିଲା।

ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହଁା ଗ୍ରାମର ନୃସିଂହ ଦାସ ଓ ତାଙ୍କ ଗ୍ରାମର ନଳିନୀକାନ୍ତ ଦାସଙ୍କ ମଧ୍ୟରେ ଜମି ଦଖଲକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗିରହିଛି। ୨୦୨୧ ନଭେମ୍ବର ୧ରେ ନଳିନୀ ଓ ତାଙ୍କ ଭାଇ ସଞ୍ଜୟ ଦାସ, ବିଜୟ ଦାସ ମିଶି ନୃସିଂହଙ୍କ ଘରେ ନିଅଁା ଲଗାଇଥିଲେ। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରିଥିଲା। ସେହିପରି ଉକ୍ତ ପରିବାର ଲୋକଙ୍କ ନଁାରେ ବିଭିନ୍ନ ସମୟରେ ଥାନାରେ ଏକାଧିକ ମାମଲା ରୁଜୁ ହୋଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ସେମାନେ ଖୋଲାଖୋଲି ଭାବେ ବାହାରେ ବୁଲୁଛନ୍ତି। ନ୍ୟାୟ ପାଇଁ ନୃସିଂହ ମାର୍ଶାଘାଇ ପୋଲିସ, କେନ୍ଦ୍ରାପଡ଼ା ଏସ୍‌ପି ଓ ଡିଜିପିଙ୍କୁ ନିବେଦନ କରିଥିଲେ। କିନ୍ତୁ ନ୍ୟାୟ ନ ମିଳିବାରୁ ସେ ଧାରଣା ଦେବା ସହ ଆତ୍ମାହୁତି ଉଦ୍ୟମ କରିଥିଲେ। ପୋଲିସ ସେଠାରେ ପହଞ୍ଚି ୨ ଦିନ ମଧ୍ୟରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri