ପାଣିଟାଙ୍କିକୁ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଦେଓଗାଁ,୧୧ା୪(ଡି.ଏନ୍‌.ଏ.): ପ୍ରେମରେ ବିଫଳ ହେବା ପରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା କୁଠୁର୍ଲା ଗାଁର ଜଣେ ଯୁବକ ସୋମବାର ସକାଳେ ଓଭରହେଡ୍‌ ପାଣିଟାଙ୍କି ଉପରକୁ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯୁବକ ଜଣକ ହେଲେ ପିଣ୍ଟୁ ହରପାଲ। ଏହି ଖବର ପ୍ରଚାରିତ ହେବାପରେ ଗାଁଲୋକ ପାଣିଟାଙ୍କି ତଳେ ରୁଣ୍ଡ ହୋଇଥିଲେ। ସ୍ଥାନୀୟ ଯୁବକମାନେ ତାଙ୍କୁୁ ତଳକୁ ଆଣିବାରେ ବିଫଳ ହୋଇଥିଲେ। ଯୁବକଙ୍କ ମା’ ଓ ପରିବାର ଲୋକେ ସେଠାରେ ପହଞ୍ଚତ୍ ତଳକୁ ଓହ୍ଲାଇ ଆସିବାକୁ ନିବେଦନ କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ଶେଷରେ ଦେଓଗାଁ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ପିଣ୍ଟୁଙ୍କୁ କିଭଳି ନିରାପଦ ଭାବେ ତଳକୁ ଅଣାଯିବ ତାହାର ବ୍ୟବସ୍ଥା କରିଥିଲେ। ପ୍ରାରମ୍ଭିକ ଭାବେ ତଳକୁ ଆସିବାକୁ ଅନୁରୋଧ କରି ବିଫଳ ହେବାପରେ ଅଗ୍ନିଶମ କର୍ମଚାରୀ ଟାଙ୍କି ଉପରକୁ ଚଢ଼ିଥିଲେ। ଏହି ସମୟରେ ଢାଙ୍କୁଣି ଖୋଲି ପିଣ୍ଟୁ ଟାଙ୍କି ଭିତରକୁ ପଶି ଯାଇଥିଲେ। ଶେଷରେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି କର୍ମଚାରୀମାନେ ତଳକୁ ଆଣିଥିଲେ। ଅବିଳମ୍ବେ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ନିଆଯାଇଥିଲା। ଯୁବକ ଜଣକ ପ୍ରେମରେ ବିଫଳ ହେବାପରେ ଫିଲ୍ମ ଷ୍ଟାଇଲରେ ପାଣିଟାଙ୍କିକୁ ଚଢ଼ି ଏପରି କରୁଥିଲେ ବୋଲି ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ କରୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?