ପାଣିଟାଙ୍କିକୁ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଦେଓଗାଁ,୧୧ା୪(ଡି.ଏନ୍‌.ଏ.): ପ୍ରେମରେ ବିଫଳ ହେବା ପରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା କୁଠୁର୍ଲା ଗାଁର ଜଣେ ଯୁବକ ସୋମବାର ସକାଳେ ଓଭରହେଡ୍‌ ପାଣିଟାଙ୍କି ଉପରକୁ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯୁବକ ଜଣକ ହେଲେ ପିଣ୍ଟୁ ହରପାଲ। ଏହି ଖବର ପ୍ରଚାରିତ ହେବାପରେ ଗାଁଲୋକ ପାଣିଟାଙ୍କି ତଳେ ରୁଣ୍ଡ ହୋଇଥିଲେ। ସ୍ଥାନୀୟ ଯୁବକମାନେ ତାଙ୍କୁୁ ତଳକୁ ଆଣିବାରେ ବିଫଳ ହୋଇଥିଲେ। ଯୁବକଙ୍କ ମା’ ଓ ପରିବାର ଲୋକେ ସେଠାରେ ପହଞ୍ଚତ୍ ତଳକୁ ଓହ୍ଲାଇ ଆସିବାକୁ ନିବେଦନ କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ଶେଷରେ ଦେଓଗାଁ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ପିଣ୍ଟୁଙ୍କୁ କିଭଳି ନିରାପଦ ଭାବେ ତଳକୁ ଅଣାଯିବ ତାହାର ବ୍ୟବସ୍ଥା କରିଥିଲେ। ପ୍ରାରମ୍ଭିକ ଭାବେ ତଳକୁ ଆସିବାକୁ ଅନୁରୋଧ କରି ବିଫଳ ହେବାପରେ ଅଗ୍ନିଶମ କର୍ମଚାରୀ ଟାଙ୍କି ଉପରକୁ ଚଢ଼ିଥିଲେ। ଏହି ସମୟରେ ଢାଙ୍କୁଣି ଖୋଲି ପିଣ୍ଟୁ ଟାଙ୍କି ଭିତରକୁ ପଶି ଯାଇଥିଲେ। ଶେଷରେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି କର୍ମଚାରୀମାନେ ତଳକୁ ଆଣିଥିଲେ। ଅବିଳମ୍ବେ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ନିଆଯାଇଥିଲା। ଯୁବକ ଜଣକ ପ୍ରେମରେ ବିଫଳ ହେବାପରେ ଫିଲ୍ମ ଷ୍ଟାଇଲରେ ପାଣିଟାଙ୍କିକୁ ଚଢ଼ି ଏପରି କରୁଥିଲେ ବୋଲି ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ କରୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ସୋନପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri