ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟିଛି, ଯେଉଁଥିରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୮୦ରୁ ଅଧିକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା କରାଯାଉଛି।
ବିସ୍ଫୋରଣ ପରେ, ଇସଲାମାବାଦରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ପୋଲିସ ଏବଂ ସୁରକ୍ଷା ବାହିନୀ ମସଜିଦ ଚାରିପାଖରେ ଥିବା ଅଞ୍ଚଳକୁ ଘେରାବନ୍ଦୀ କରିଛନ୍ତି। ସନ୍ଦେହଜନକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଛି। ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ, ଏବଂ କୌଣସି ଆତଙ୍କବାଦୀ ସଂଗଠନ କିମ୍ବା ବ୍ୟକ୍ତି ଏଥିପାଇଁ ନିଜକୁ ଦାୟୀ କରି ନାହାଁନ୍ତି।
HTN ୱାଲର୍‌ଡ ନ୍ୟୁଜ ଏଜେନ୍ସି ରିପୋର୍ଟ ଅନୁଯାୟୀ, ଜଣେ ବ୍ୟକ୍ତି ମସଜିଦ ଫାଟକରେ ନିଜକୁ ବିସ୍ଫୋରଣ କରିଥିଲେ। ଇସଲାମାବାଦ ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରୁଛନ୍ତି। ଆହତମାନଙ୍କୁ ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (PIMS) ଏବଂ CDA ହସ୍ପିଟାଲକୁ ନିଆଯାଇଛି।
PIMS ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ED) ଙ୍କ ନିର୍ଦ୍ଦେଶରେ, ହସ୍ପିଟାଲରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି, ଜଣେ ମୁଖପାତ୍ର ପାକିସ୍ତାନୀ ଖବରକାଗଜ ଡନକୁ ନିଶ୍ଚିତ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୁଖ୍ୟ ଜରୁରୀକାଳୀନ, ଅର୍ଥୋପେଡିକ, ପର୍ନ ୟୁନିଟ ଏବଂ ନ୍ୟୁରୋଲୋଜି ବିଭାଗଗୁଡ଼ିକୁ ସକ୍ରିୟ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri