Posted inଖେଳ

ଟି-୨୦ ମ୍ୟାଚ୍‌ ବେଳେ ବିସ୍ଫୋରଣ

କାବୁଲ,୩୦।୭: ଆଫଗାନିସ୍ତାନର ଶାପଗିଜା ଟି-୨୦ କ୍ରିକେଟ ଲିଗ୍‌ର ମ୍ୟାଚ ବେଳେ କାବୁଲ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ୪ଜଣ ଦର୍ଶକ ଆହତ ହୋଇଛନ୍ତି। ଏହି ମ୍ୟାଚ ପାମିର ଜଲମି ଏବଂ ବ୍ୟାଣ୍ଡ-ଏ-ଆମିର ଡ୍ରାଗନ୍ସ ଦଳ ମଧ୍ୟରେ ଖେଳାଯାଉଥିଲା। ଆଫଗାନିସ୍ତାନ ପାଇଁ ବିଶ୍ୱକପ ଖେଳୁଥିବା ଅନେକ ଖେଳାଳି ମଧ୍ୟ ଏହି ମ୍ୟାଚରେ ଭାଗ ନେଇଥିଲେ। ତେବେ ଘଟଣାରେ ଆଫଗାନିସ୍ତାନର ପ୍ରମୁଖ ଖେଳାଳି ଆହତ ହୋଇ ନ ଥିବା ଜଣାପଡ଼ିଛି। ବିସ୍ଫୋରଣ ପରେ ଷ୍ଟାଡିୟମରେ କିଛି ସମୟ ପାଇଁ ଦର୍ଶକ ଭୟଭୀତ ହେବା ସହ ଏପଟ ସେପଟ ଦୌଡ଼ିବାକୁ ଲାଗିଥିଲେ। ଏପରିି କି ଉଭୟ ଦଳର ଖେଳାଳିଙ୍କୁ କିଛି ସମୟ ପାଇଁ ବଙ୍କର୍‌ ଭିତରକୁ ନିଆଯାଇଥିଲା। ଏହି ବିସ୍ଫୋରଣ ସମୟରେ ଷ୍ଟାଡିୟମରେ ମିଳିତ ଜାତିସଂଘର କେତେକ ଅଧିକାରୀ ମଧ୍ୟ ଉପସ୍ଥିତ ଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ମ୍ୟାଚକୁ ୧ଘଣ୍ଟା ପାଇଁ ବନ୍ଦ କରିବାକୁ ପଡ଼ିଥିଲା। ତେବେ ପୋଲିସର ସବୁଜ ସଙ୍କେତ ପାଇବା ପରେ ମ୍ୟାଚ ପୁଣି ଆରମ୍ଭ ହୋଇଥିଲା। ସୂଚନାଯୋଗ୍ୟ, ବ୍ୟାଣ୍ଡ-ଇ-ଆମିର ଡ୍ରାଗନ୍ସ ଦଳ ଡକୱର୍ଥ-ଲୁଇସ ନିୟମ ଅନୁଯାୟୀ ପରିବର୍ତ୍ତିତ ୧୦ ଓଭରରେ ୯୪ ରନ୍‌ ହାସଲ କରିଥିଲେ। ଏହାପୂର୍ବରୁ ପାମିର ଜଲମି ଦଳ ୨୦ ଓଭରରେ ୫ଉଇକେଟ ହରାଇ ୧୫୯ ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri