ତାଲିବାନ୍‌ର ଆତ୍ମଘାତୀ ବୋମାଧାରୀ ବାଟାଲିୟନ

କାବୁଲ, ୩।୧୦: ଆଫଗାନିସ୍ତାନରେ କ୍ଷମତା ଦଖଲ କରିଥିବା ତାଲିବାନ ତାଜିକ୍‌ସ୍ତାନ ଓ ଚାଇନା ସୀମାକୁ ଲାଗିଥିବା ଏହାର ବଡ଼ଖାଶାନ ପ୍ରଦେଶର ଉତ୍ତରପୂର୍ବାଞ୍ଚଳରେ ଆତ୍ମଘାତୀ ବୋମାଧାରୀମାନଙ୍କୁ ମୁତୟନ କରିବ। ଏଥିପାଇଁ ତାଲିବାନ ‘ଲଶ୍କର-ଇ-ମନ୍‌ସୁରି’ ନାମରେ ଏକ ସ୍ବତନ୍ତ୍ର ସୁଇସାଇଡ୍‌ ବମ୍ବର ବାଟାଲିୟନ ଗଠନ କରିଛି। ଉକ୍ତ ପଦେଶର ଡେପୁଟି ଗଭର୍ନର ମୁଲ୍ଲା ନିସାର ଅହମଦ ଅହମଦି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ପୂର୍ବ ଆଫଗାନ ସରକାରଙ୍କ ସୁରକ୍ଷା ବଳକୁ ଟାର୍ଗେଟ କରି ଏଭଳି ଆତ୍ମଘାତୀ ଆକ୍ରମଣ କରାଯାଉଥିଲା। ଏହି ବାଟାଲିୟନ ନ ଥିଲେ ଆମେରିକାକୁ ହରାଇବା ସମ୍ଭବ ହୋଇ ନ ଥାନ୍ତା ବୋଲି ଅହମଦି କହିଛନ୍ତି। ଦୁଃସାହସୀ ଲଢ଼ୁଆମାନେ ବିସ୍ଫୋରକ ଓ୍ବେଷ୍ଟକୋଟ୍‌ ପିନ୍ଧି ଆଫଗାନିସ୍ତାନରେ ଥିବା ଆମେରିକା ବେସ୍‌କୁ ବିସ୍ଫୋରଣରେ ଉଡ଼ାଇ ଦେଉଥିଲେ। ଏହି ଲଢ଼ୁଆମାନେ ଆଲ୍ଲାଙ୍କ ପାଇଁ ସମର୍ପିତ ଏବଂ ସେମାନଙ୍କର କାହାକୁ ଭୟ ନାହିଁ। ଲଶ୍କର-ଇ-ମନସୁରି ବ୍ୟତୀତ ବଦ୍ରି ୩୧୩ ନାମରେ ଆଉ ଏକ ବାଟାଲିୟନ ଗଠନ କରାଯାଇଛି। କାବୁଲ ବିମାନବନ୍ଦରରେ ନିୟୋଜିତ ଏହି ବାଟାଲିୟନ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ସାମରିକ ଗ୍ରୁପ୍‌ ଯେଉଁଥିରେ ଆତ୍ମଘାତୀ ବମ୍ବର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri