Posted inଜାତୀୟ

ଶିକ୍ଷାନୁଷ୍ଠାନରେ ଆତ୍ମହତ୍ୟା ଘଟଣା: ସିଜେଆଇଙ୍କ ଉଦ୍‌ବେଗ

ହାଇଦ୍ରାବାଦ,୨୬।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ବଢ଼ୁଥିବାରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶନିବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜୀବନ ହାରୁଥିବା ପିଲାମାନଙ୍କ ପାଇଁ ସେ ବିଚଳିତ ବୋଲି କହିଛନ୍ତି। ଶିକ୍ଷାନୁଷ୍ଠାନରେ କ’ଣ ତ୍ରୁଟି ରହୁଛି, ଯେଉଁଥିପାଇଁ ଛାତ୍ରୀଛାତ୍ର ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛନ୍ତି ବୋଲି ସିଜେଆଇ ଜାଣିବାକୁ ଚାହିଁଛନ୍ତି। ନିକଟରେ ଆଇଆଇଟି ବମ୍ବେରେ ଜଣେ ଦଳିତ ଛାତ୍ର ଆତ୍ମହତ୍ୟା କରିଥିଲେ। ଗୁଜରାଟର ଦର୍ଶନ ସୋଲାଙ୍କି ବମ୍ବେ ଆଇଆଇଟିରେ ପ୍ରଥମ ବର୍ଷ ଛାତ୍ର ଥିଲେ। ସେ ଗତ ୧୨ ତାରିଖରେ କୌଣସି କାରଣରୁ ଆତ୍ମହତ୍ୟା କରିଥିଲେ। ଏଭଳି ଆତ୍ମହତ୍ୟାରେ ସମାଜର ଦୁର୍ବଳ ଶ୍ରେଣୀ ବିଶେଷ ଭାବରେ ଶିକାର ହେଉଛନ୍ତି ବୋଲି ନ୍ୟାଶନାଲ ଏକାଡେମୀ ଅଫ୍‌ ଲିଗାଲ ଷ୍ଟଡିଜ୍‌ ଆଣ୍ଡ ରିସର୍ଚ୍ଚ (ଏନ୍‌ଏଏଲ୍‌ଏସ୍‌ଏଆର୍‌)ରେ ଦୀକ୍ଷାନ୍ତ ଭାଷଣ ଦେଇ ସିଜେଆଇ କହିଛନ୍ତି। ସାମାଜିକ ପରିବର୍ତ୍ତନକୁ ଆଗେଇ ନେବାରେ ବିଚାରପତିମାନଙ୍କୁ କୋର୍ଟରୁମ୍‌ ଭିତରେ ଏବଂ ବାହାରେ ଆଲୋଚନା କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବାକୁ ହେବ। ଏହି ଅବସରରେ ସେ ଗତବର୍ଷ ଓଡ଼ିଶାର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଆଦିବାସୀ ଛାତ୍ର ଆତ୍ମହତ୍ୟା ଘଟଣାକୁ ମନେ ପକାଇଥିଲେ। ଏଭଳି ଆତ୍ମହତ୍ୟା ରୋକିବାକୁ ହେଲେ ଆମକୁ ପ୍ରଥମେ ସମସ୍ୟାକୁ ଚିହ୍ନଟ କରିବା ସହ ସ୍ବୀକାର କରିବାକୁ ପଡ଼ିବ ବୋଲି ଜଷ୍ଟିସ ଚନ୍ଦ୍ରଚୂଡ଼ କହିଛନ୍ତି। ଆଇନଜୀବୀ ଏବଂ ଛାତ୍ରମାନଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏନେଇ ଶିକ୍ଷାକ୍ଷେତ୍ରର ନେତୃତ୍ୱ ନେଉଥିବା ବ୍ୟକ୍ତିମାନେ ମଧ୍ୟ ସମ୍ବେଦନଶୀଳ ହେବାକୁ ସିଜେଆଇ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri