Posted inଜାତୀୟ

ଶିକ୍ଷାନୁଷ୍ଠାନରେ ଆତ୍ମହତ୍ୟା ଘଟଣା: ସିଜେଆଇଙ୍କ ଉଦ୍‌ବେଗ

ହାଇଦ୍ରାବାଦ,୨୬।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ବଢ଼ୁଥିବାରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶନିବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜୀବନ ହାରୁଥିବା ପିଲାମାନଙ୍କ ପାଇଁ ସେ ବିଚଳିତ ବୋଲି କହିଛନ୍ତି। ଶିକ୍ଷାନୁଷ୍ଠାନରେ କ’ଣ ତ୍ରୁଟି ରହୁଛି, ଯେଉଁଥିପାଇଁ ଛାତ୍ରୀଛାତ୍ର ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛନ୍ତି ବୋଲି ସିଜେଆଇ ଜାଣିବାକୁ ଚାହିଁଛନ୍ତି। ନିକଟରେ ଆଇଆଇଟି ବମ୍ବେରେ ଜଣେ ଦଳିତ ଛାତ୍ର ଆତ୍ମହତ୍ୟା କରିଥିଲେ। ଗୁଜରାଟର ଦର୍ଶନ ସୋଲାଙ୍କି ବମ୍ବେ ଆଇଆଇଟିରେ ପ୍ରଥମ ବର୍ଷ ଛାତ୍ର ଥିଲେ। ସେ ଗତ ୧୨ ତାରିଖରେ କୌଣସି କାରଣରୁ ଆତ୍ମହତ୍ୟା କରିଥିଲେ। ଏଭଳି ଆତ୍ମହତ୍ୟାରେ ସମାଜର ଦୁର୍ବଳ ଶ୍ରେଣୀ ବିଶେଷ ଭାବରେ ଶିକାର ହେଉଛନ୍ତି ବୋଲି ନ୍ୟାଶନାଲ ଏକାଡେମୀ ଅଫ୍‌ ଲିଗାଲ ଷ୍ଟଡିଜ୍‌ ଆଣ୍ଡ ରିସର୍ଚ୍ଚ (ଏନ୍‌ଏଏଲ୍‌ଏସ୍‌ଏଆର୍‌)ରେ ଦୀକ୍ଷାନ୍ତ ଭାଷଣ ଦେଇ ସିଜେଆଇ କହିଛନ୍ତି। ସାମାଜିକ ପରିବର୍ତ୍ତନକୁ ଆଗେଇ ନେବାରେ ବିଚାରପତିମାନଙ୍କୁ କୋର୍ଟରୁମ୍‌ ଭିତରେ ଏବଂ ବାହାରେ ଆଲୋଚନା କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବାକୁ ହେବ। ଏହି ଅବସରରେ ସେ ଗତବର୍ଷ ଓଡ଼ିଶାର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଆଦିବାସୀ ଛାତ୍ର ଆତ୍ମହତ୍ୟା ଘଟଣାକୁ ମନେ ପକାଇଥିଲେ। ଏଭଳି ଆତ୍ମହତ୍ୟା ରୋକିବାକୁ ହେଲେ ଆମକୁ ପ୍ରଥମେ ସମସ୍ୟାକୁ ଚିହ୍ନଟ କରିବା ସହ ସ୍ବୀକାର କରିବାକୁ ପଡ଼ିବ ବୋଲି ଜଷ୍ଟିସ ଚନ୍ଦ୍ରଚୂଡ଼ କହିଛନ୍ତି। ଆଇନଜୀବୀ ଏବଂ ଛାତ୍ରମାନଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏନେଇ ଶିକ୍ଷାକ୍ଷେତ୍ରର ନେତୃତ୍ୱ ନେଉଥିବା ବ୍ୟକ୍ତିମାନେ ମଧ୍ୟ ସମ୍ବେଦନଶୀଳ ହେବାକୁ ସିଜେଆଇ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri