Posted inଜାତୀୟ

ସେନାରେ ଆତ୍ମହତ୍ୟା, ୫ ବର୍ଷରେ ୮୧୯ ଘଟଣା…

ନୂଆଦିଲ୍ଲୀ, ୧୯।୭ : ଗତ ପାଞ୍ଚ ବର୍ଷ ମଧ୍ୟରେ ମୋଟ ୮୧୯ ସଶସ୍ତ୍ର ବାହିନୀର କର୍ମଚାରୀ ଆତ୍ମହତ୍ୟା କରିଛନ୍ତି ଯେଉଁଥିରେ ସର୍ବାଧିକ ୬୪୨ ଟି ମାମଲା ସେନାରେ ରିପୋର୍ଟ ହୋଇଛି। ଏହି ସୂଚନା ସରକାର ପ୍ରଦାନ କରିଛନ୍ତି। ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ କହିଛନ୍ତି ଯେ ଭାରତୀୟ ବାୟୁସେନା ଏହି ସମୟ ମଧ୍ୟରେ ୧୪୮ ଟି ମାମଲା ରୁଜୁ କରା ଯାଇଥିବାବେଳେ ଭାରତୀୟ ନୌସେନାରେ ଏହି ସଂଖ୍ୟା ୨୯ ରହିଛି। ଗତ ୫ ବର୍ଷ ମଧ୍ୟରେ ଆତ୍ମହତ୍ୟା କରିଥିବା ଯବାନଙ୍କ ସଂଖ୍ୟା ବିଷୟରେ ପଚରାଯାଇଥିବା ଏକ ପ୍ରଶ୍ନରେ ପ୍ରତିରକ୍ଷା ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ସେ କହିଛନ୍ତି ଯେ ସେବାରେ ଚାପ ହ୍ରାସ କରିବା ପାଇଁ ସଶସ୍ତ୍ର ବାହିନୀ ନିରନ୍ତର ପଦକ୍ଷେପ ନେଉଛି। ଏହା ଅନ୍ତର୍ଗତ ଏକ ବ୍ୟାପକ ମାନସିକ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ୨୦୦୯ ମସିହାରୁ ଏହା କାର୍ଯ୍ୟକାରୀ ହେଉଛି।

ଭଟ୍ଟ କହିଛନ୍ତି ଯେ ଉଦାସୀନତା ଏବଂ ଆତ୍ମହତ୍ୟା ପ୍ରବୃତ୍ତି ଭଳି ସମସ୍ୟାରେ ପୀଡିତ ସଶସ୍ତ୍ର ବାହିନୀର କର୍ମଚାରୀଙ୍କୁ ଟ୍ରାକ ଏବଂ ଚିହ୍ନଟ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହା ଅନ୍ତର୍ଗତ ଚାପର ଆଶଙ୍କା ଅଧିକ ଥିବା କର୍ମଚାରୀମାନଙ୍କୁ ନିର୍ଦ୍ଦିଷ୍ଟ ପ୍ରକ୍ରିୟା ଅନୁଯାୟୀ ଚିହ୍ନଟ କରାଯାଇ ୟୁନିଟ କମାଣ୍ଡିଂ ଅଫିସର, ରେଜିମେଣ୍ଟାଲ ମେଡିକାଲ ଅଫିସର ଏବଂ ଜୁନିଅର ଲିଡର୍ସ ମାଧ୍ୟମରେ ପରାମର୍ଶ ପ୍ରଦାନ କରାଯାଇଥାଏ। ଛୁଟି ପରେ ୟୁନିଟକୁ ଫେରୁଥିବା ସମସ୍ତ କର୍ମଚାରୀଙ୍କୁ ରେଜିମେଣ୍ଟାଲ ମେଡିକାଲ ଅଧିକାରୀଙ୍କ ଦ୍ୱାରା ସାକ୍ଷାତକାର, ମେଡିକାଲ ଯାଞ୍ଚ୍‌ ଏବଂ ପରାମର୍ଶ ଦିଆଯାଇଥାଏ। ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ କହିଛନ୍ତି ଯେ ସେନାବାହିନୀରେ ଚାପ ପ୍ରସଙ୍ଗ ଉପରେ ବିଭିନ୍ନ ସ୍ତରରେ କମାଣ୍ଡରମାନେ ବ୍ୟାପକ ଧ୍ୟାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri