ସିଙ୍ଗାପୁର, ୨।୭: ଗତ ୨୨ ବର୍ଷ ତୁଳନାରେ ବର୍ତ୍ତମାନ ସମୟରେ ସିଙ୍ଗାପୁରରେ ଆତ୍ମହତ୍ୟା ସଂଖ୍ୟା ବଢ଼ିବାରେ ଲାଗିଛି। ୨୦୨୧ ଅପେକ୍ଷା ୨୦୨୨ରେ ଆତ୍ମହତ୍ୟା ଘଟଣାରେ ୨୬% ବୃଦ୍ଧି ଘଟିଛି। ତେବେ ମାନସିକ ଦୁଶ୍ଚିନ୍ତା ଅତ୍ମହତ୍ୟାର ମୁଖ୍ୟ କାରଣ ପାଲଟିଥିବା ସ୍ଥାନୀୟ ଅଣସରକାରୀ ସଙ୍ଗଠନ ପକ୍ଷରୁ କୁହାଯାଇଛି। ସିଙ୍ଗାପୁରରେ ୧୦ରୁ ୨୯ ଏବଂ ୭୦ରୁ୭୦ ବୟସ ବର୍ଗଙ୍କ କ୍ଷେତ୍ରରେ ଆତ୍ମହତ୍ୟା ଘଟଣା ଅଧିକ ଘଟୁଥିବା କୁହାଯାଉଛି। ଗତବର୍ଷ ଦେଶରେ ମୋଟ ୪୭୬ ଜଣ ଆତ୍ମହତ୍ୟା କରିଥିବାବେଳେ ୨୦୦୦ ମସିହା ପରଠାରୁ ଗତବର୍ଷ ପ୍ରଥମ ଥର ଲାଗି ସର୍ବାଧିକ ଆତ୍ମହତ୍ୟା ଘଟିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ତଥ୍ୟ ଅନୁସାରେ ସାରା ବିଶ୍ୱରେ ୧୫ରୁ ୨୯ ବୟସ ବର୍ଗର ବ୍ୟକ୍ତି ବିଶେଷ ଅଧିକ ସଂଖ୍ୟାରେ ଆତ୍ମହତ୍ୟା କରୁଛନ୍ତି। କିନ୍ତୁ ସିଙ୍ଗାପୁରରେ ୧୦ ବର୍ଷର ପିଲା ଆତ୍ମହତ୍ୟାକୁ ଆପଣାଇଛନ୍ତି। ଏହାର ମୁଖ୍ୟ କାରଣ ମାନସିକ ଚିନ୍ତା, ସାମାଜିକ ଚାପ ଏବଂ ଅର୍ଥାଭାବ ହୋଇଥିବା ଆତ୍ମହତ୍ୟା ନିରୋଧୀ କେନ୍ଦ୍ର ସମରିଟାନ୍ସ ଅଫ୍ ସିଙ୍ଗାପୁରର ଚିଫ୍- ଏକ୍ଜିକ୍ୟୁଟିଭ୍ ଗାସ୍ପର ଟାନ୍ କହିଛନ୍ତି। ବିଶ୍ୱରେ ବର୍ଷକୁ ୭,୦୦,୦୦୦ ଲୋକ ଆତ୍ମହତ୍ୟାରେ ପ୍ରାଣ ହାରୁଥିବା ଡବ୍ଲ୍ୟୁଏଚ୍ଓ ପକ୍ଷରୁ କୁହାଯାଇଛି।
Posted inHome Left, ଅନ୍ତର୍ଜାତୀୟ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

