ଇଞ୍ଜିନିୟରିଂ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ୧୯।୯ (ବ୍ୟୁରୋ):ଭୁବନେଶ୍ୱର ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁନାମା ଗେଟ୍‌ ନିକଟ ଏକ ଭଡ଼ାଘରେ ରହୁଥିବା ଜଣେ ଇଞ୍ଜିନିୟରିଂ ଛାତ୍ର ରବିବାର ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଜଗତ୍‌ସିଂପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଗୋରଡ଼ା ଗ୍ରାମର ସିଦ୍ଧାର୍ଥ କୁମାର ନାୟକ (୨୧)। କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ପୋଲିସ ସିଦ୍ଧାର୍ଥଙ୍କ ମୃତଦେହକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପୋଲିସ ସିଦ୍ଧାର୍ଥଙ୍କ ମୋବାଇଲ ଜବତ କରିଛି। ଏନେଇ ଏକ ଅପମୃତ୍ୟୁ ମାମଲା (ନଂ.୩୩/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଥାନାଧିକାରୀ ଶରତ ପାତ୍ର କହିଛନ୍ତି, ପ୍ରାଥମିକ ତଦନ୍ତରୁ ସିଦ୍ଧାର୍ଥ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଥିବାବେଳେ ଅଧିକ ପ୍ରମାଣ ପାଇଁ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଆତ୍ମହତ୍ୟାର କାରଣ ଜାଣିବାକୁ ପୋଲିସ ପକ୍ଷରୁ ଚେଷ୍ଟା କରାଯାଉଥିବା ସେ କହିଛନ୍ତି। ଅନ୍ୟପକ୍ଷରେ ସିଦ୍ଧାର୍ଥ ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେଣୁ ପୋଲିସ ତାଙ୍କ ମୋବାଇଲ ଫୋନ୍‌ରୁ କଲ୍‌ ଡିଟେଲ୍ସ ରିପୋର୍ଟ (ସିଡିଆର୍‌) ଯାଞ୍ଚ କରି ତଥ୍ୟ ଯୋଗାଡ଼ କରୁଛି।
ସୂଚନା ଅନୁଯାୟୀ, ସିଦ୍ଧାର୍ଥ ସିଆର୍‌ପି ଅଞ୍ଚଳରେ ଥିବା ଏକ ଘରୋଇ ଇଞ୍ଜିନିୟରିଂ କଲେଜର କମ୍ପ୍ୟୁଟର ସାଇନ୍ସ ବିଭାଗର ଶେଷବର୍ଷ ଛାତ୍ର ଥିଲେ। ସାଙ୍ଗ ବାସୁଦେବ ପଣ୍ଡାଙ୍କ ସହ ସେ ୨୦ଦିନ ହେବ ପୁନାମା ଗେଟ ନିକଟରେ ଭଡ଼ାଘର ନେଇ ରହୁଥିଲେ। ବାସୁଦେବ ଏକ ବେସରକାରୀ କମ୍ପାନୀରେ ଚାକିରି କରୁଛନ୍ତି। ବିଶ୍ୱକର୍ମା ପୂଜା ପାଇଁ ସେ ଶନିବାର ରାତିରେ ଅଫିସ ଚାଲିଯାଇଥିଲେ। ତେଣୁ ସିଦ୍ଧାର୍ଥ ଭଡ଼ାଘରେ ଏକା ଥିଲେ। ବାସୁଦେବ ରବିବାର ପୂର୍ବାହ୍ନ ୧୧ଟାରେ ପହଞ୍ଚତ୍ ଭଡ଼ାଘର ଭିତରପଟୁ ବନ୍ଦ ଥିବା ଦେଖିବାକୁ ପାଇଥିଲେ। ଏଥିସହ ସିଦ୍ଧାର୍ଥଙ୍କୁ ଡାକିଥିଲେ ମଧ୍ୟ ସେ କବାଟ ଖୋଲି ନ ଥିଲେ। ତେଣୁ ସେ ଝରକା ପଟେ ଡାକିବାକୁ ଯାଇଥିବାବେଳେ ସିଦ୍ଧାର୍ଥ ଫ୍ୟାନରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ପରିବାର ଲୋକଙ୍କୁ ଭିଡିଓ କଲ୍‌ କରି କବାଟ ଭାଙ୍ଗିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ହସ୍ପିଟାଲ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?