କୁରାଡିହା ସରପଞ୍ଚଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ରୂପସା, ୨୧।୮(ବାଞ୍ଛାନିଧି ଦେ)-ବାଲେଶ୍ୱର ସଦର ବ୍ଲକ ଅଧୀନ କୁରାଡ଼ିହା ପଞ୍ଚାୟତ ସରପଞ୍ଚ ନିରଞ୍ଜନ ଧଳ (୪୮) ସୋମବାର ଘରେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ବସ୍ତା ଥାନା ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।
ସେ ଦୀର୍ଘଦିନ ଧରି ମାନସିକ ଭାବେ ଚାପରେ ରହୁଥିଲେ। କୋଇଲିସାହିରେ ତାଙ୍କର ପାଖାପାଖି ଦୁଇଟି ଘର ରହିଛି। ମାନସିକ ଭାରସାମ୍ୟ ହରାଇ ସେ ଅନ୍ୟ ଏକ ଘର ଭିତରେ ଫାଶୀ ଲଗାଇ ଦେଇଥିଲେ। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏ ସମ୍ପର୍କରେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆଇଆଇସି ଗୋବିନ୍ଦ ବେହେରା ତଦନ୍ତ ଆରମ୍ଭ କରିଛନ୍ତି। ତାଙ୍କ ମୃତ୍ୟୁ ଖବର ପାଇବା ପରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ବିଧାୟକ ସ୍ବରୂପ ଦାସ, ଭାଜପା ନେତା ମାନସ ଦତ୍ତ, ଗୌରାଙ୍ଗ ଚନ୍ଦ୍ର ଦାସ, ରବିନାରାୟଣ ମହାପାତ୍ର, ଗଙ୍ଗାଧର ରାଉତ, କାର୍ତ୍ତିକ ପ୍ରଧାନ, ସରପଞ୍ଚ ନମିତା ଭୂୟାଁ, ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ଜିଲା ପରିଷଦ ସଭ୍ୟ ସଞ୍ଜୟ ସେଠୀଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଓ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚତ୍ ଶେଷଦର୍ଶନ କରିଥିଲେ। ସେ ଭାଜପା ସମର୍ଥତ୍ତ ସରପଞ୍ଚ ଥିଲେ। ତାଙ୍କର ସ୍ତ୍ରୀ, ଦୁଇ ପୁଅ ଓ ସାନ ଭାଇ ଅଛନ୍ତି। ସେ ୨୦୨୧ରେ ଚିଙ୍ଗୁଡ଼ି ଚାଷ କରି କ୍ଷତିଗ୍ରସ୍ତ ହୋଇଥିଲେ। ଏଥିସହ ଲକ୍ଷାଧିକ ଟଙ୍କା ଧାର, କରଜ କରି ଶୁଝିବାରେ ଅସମର୍ଥ ହୋଇଥିଲେ। ଜଣେ ଲୋକପ୍ରିୟ ଜନପ୍ରତିନିଧି ଭାବେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ସନ୍ଧ୍ୟାରେ ଏକ ଶୋଭାଯାତ୍ରାରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri