ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ ଅଞ୍ଚଳର ମୁଖ୍ୟ ପ୍ରସଙ୍ଗ ପାଲଟିଛି।

ସର୍ବସାଧାରଣ ସରକାରୀ ରାସ୍ତା ଉପରୁ ଜବରଦଖଲ ଉଚ୍ଛେଦ କରିବା ଦାବିରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ କୁମାର ରାଉତ ଆମରଣ ଅନଶନ କରିବା ସହ ଦାବି ପୂରଣ ନହେଲେ ଆତ୍ମାହୁତି ଦେବାକୁ ଚେତାବନୀ ଦେଇଥିଲେ। ଏହାପରେ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି।

ସରପଞ୍ଚ ପ୍ରଶାନ୍ତ କୁମାର ରାଉତଙ୍କ ସହ ହାଟଡିହୀ ତହସିଲଦାର ସଞ୍ଜୟ ସାମନ୍ତରାୟ ଆଲୋଚନା କରିଥିଲେ। ସମସ୍ୟାର ସମାଧାନ ନିମନ୍ତେ ତହସିଲଦାର ଚଳିତ ବର୍ଷ ଅକ୍ଟୋବର ମାସ ପର୍ଯ୍ୟନ୍ତ ସମୟ ନେଇଥିବା ସରପଞ୍ଚ ରାଉତ କହିଛନ୍ତି।

ସୂଚନାଯୋଗ୍ୟ, ଗତ ତିନି ବର୍ଷ ଧରି ବଞ୍ଚୋ ପଞ୍ଚାୟତର ୬ ନମ୍ବର ଏବଂ ୪ ନମ୍ବର ୱାର୍ଡରେ ଥିବା ସର୍ବସାଧାରଣ ରାସ୍ତାରୁ ଜବରଦଖଲ ହଟାଇବା ପାଇଁ ସରପଞ୍ଚ ରାଉତ ବାରମ୍ବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି, ଆନନ୍ଦପୁର ଉପଜିଲାପାଳ ଏବଂ ହାଟଡିହୀ ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଆସୁଥିଲେ। ଉକ୍ତ ରାସ୍ତାର ଖାତା ନମ୍ବର ୧୦୩୭ ଏବଂ ପ୍ଲଟ ନମ୍ବର ୩୧୦୧ ଓ ୩୧୪୫ ବୋଲି ଜଣାପଡ଼ିଛି।

ତେବେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିବା ସରପଞ୍ଚ ଅଭିଯୋଗ କରିଛନ୍ତି। ଫଳରେ ଚଳିତ ଅଗଷ୍ଟ ୧୨ ତାରିଖରୁ ହାଟଡିହୀ ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କରିବାକୁ ସେ ନିଷ୍ପତ୍ତି ନେଇଥିଲେ। ଏଥିସହ ଆମରଣ ଅନଶନରୁ କୌଣସି ସୁଫଳ ନମିଳିଲେ ଆତ୍ମାହୁତି ଦେବାକୁ ମଧ୍ୟ ସେ ଚେତାବନୀ ଦେଇଥିଲେ। ଏ ନେଇ ରାଜ୍ୟ ମୁଖ୍ୟମନ୍ତ୍ରୀ, ଓଡ଼ିଶା ରାଜସ୍ୱ ବିଭାଗ, କେନ୍ଦୁଝର ଜିଲାପାଳ ଏବଂ ଏସ୍‌ପିଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ସରପଞ୍ଚ ରାଉତ ପଞ୍ଚାୟତ କାର୍ଯ୍ୟାଳୟର ଚିଠି ନମ୍ବର ୮୩/୧୭, ଜୁଲାଇ ୨୦୨୬ ଅନୁଯାୟୀ ଲିଖିତ ଭାବେ ଅବଗତ କରାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?