Posted inଜାତୀୟ

ମୋଦି ସରକାର ଯୁବବର୍ଗଙ୍କ ସ୍ବପ୍ନକୁ ମାରିଦେଇଥିବାରୁ ଆତ୍ମହତ୍ୟା ବଢ଼ୁଛି: କଂଗ୍ରେସ

ନୂଆଦିଲ୍ଲୀ,୨୯ା୯(ପି.ଟି.):ବେରୋଜଗାରୀ ବୃଦ୍ଧି ପାଉଥିବାରୁ କଂଗ୍ରେସ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛି। ଏହି ସରକାର ଦେଶର ଯୁବବର୍ଗଙ୍କ ଆଶା ଓ ସ୍ବପ୍ନକୁ ଦଳିଦେଇଥିବାରୁ ସେମାନଙ୍କ ମଧ୍ୟରେ ଆତ୍ମହତ୍ୟା ବୃଦ୍ଧି ପାଉଛି ବୋଲି କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଅଭିଯୋଗ କରିଛନ୍ତି। ଜନସାଂଖିକ ବିଭାଜନ ସମସ୍ୟାର ସମାଧାନ କରିବା ପରିବର୍ତ୍ତେ ସରକାର ଏହାକୁ ଜନସାଂଖିକ ବିପର୍ଯ୍ୟୟରେ ପରିଣତ କରିଛନ୍ତି। ଯୁବବର୍ଗଙ୍କ ମଧ୍ୟରେ ଆତ୍ମହତ୍ୟା ହାର ବଢ଼ୁଥିବାବେଳେ ସରକାର ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ତଥ୍ୟରେ ଜାଲିଆତି କରିବାକୁ ଚାହିଁପାରନ୍ତି ବୋଲି ଜୟରାମ ଆଶଙ୍କା ବ୍ୟକ୍ତ କରିଛନ୍ତି। ବେରୋଜଗାରୀ ଦେଶର ଏକ ବଡ଼ ସମସ୍ୟା ହୋଇଛି। ଇଞ୍ଜିନିୟରିଂ ଡିଗ୍ରୀଧାରୀଙ୍କ ସମେତ ବହୁସଂଖ୍ୟାରେ ଉଚ୍ଚଶିକ୍ଷିତ ଆନୁଷ୍ଠାନିକ ନିଯୁକ୍ତି ପାଇବାରେ ବିଫଳ ହୋଇ କୁଲି କାମ ଆପଣାଇବାକୁ ବାଧ୍ୟ ହେଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିଲ୍ଲୀର ଆନନ୍ଦ ବିହାର ଟର୍ମିନାଲଠାରେ କୁଲିମାନଙ୍କ ସହ ଆଲୋଚନାରୁ ଜାଣିବାକୁ ପାଇଥିଲେ ବୋଲି ଜୟରାମ କହିଛନ୍ତି। ମୋଦି ସରକାର ପର୍ଯ୍ୟାପ୍ତ ନିଯୁକ୍ତି ପ୍ରଦାନ କରିବାରେ ବିଫଳ ହୋଇଥିବାରୁ ଏଭଳି ସ୍ଥିତି ଉପୁଜିଛି। ୨୦୧୯-୨୦ ତୁଳନାରେ ୨୦୨୧-୨୨ରେ ଫର୍ମାଲ ସେକ୍ଟରରେ ନିଯୁକ୍ତି ୫..୩ ପ୍ରତିଶତ କମିଥିବା କର୍ମଚାରୀ ଭବିଷ୍ୟନିଧି ସଂଗଠନ (ଇପିଏଫ୍‌ଓ) ତଥ୍ୟରୁ ଜଣାପଡ଼ିଛି। ସେହିପରି ଆନୁଷ୍ଠାନିକ ନିଯୁକ୍ତିଦାତାଙ୍କ ସଂଖ୍ୟା ମଧ୍ୟ ୧୦.୫ ପ୍ରତିଶତ ହ୍ରାସ ପାଇଛି। ଅଜିମ୍‌ ପ୍ରେମ୍‌ଜୀ ୟୁନିଭର୍ସିଟି ପକ୍ଷରୁ ନିକଟରେ ପ୍ରକାଶ ପାଇଥିବା ତଥ୍ୟରେ ୨୫ ବର୍ଷରୁ କମ୍‌ ବେରୋଜଗାରୀ ଗ୍ରାଜୁଏଟ୍‌ଙ୍କ ସଂଖ୍ୟା ୨୦୨୧-୨୨ରେ ୪୨ ପ୍ରତିଶତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri