Posted inଜାତୀୟ

ସମନ ଜାରି ପରେ ସିବିଆଇ, ଇଡିକୁ ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୫ା୪: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସିବିଆଇ ସମନ ଜାରି ପରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଏବଂ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ଇଡି)କୁ ସେ ସମାଲୋଚନା କରିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି, ଅନୁସନ୍ଧାନକାରୀ ସଂସ୍ଥା ଆଫିଡାଭିଟ୍‌ରେ ମିଥ୍ୟା କହିଛି। ଏପରିକି ମନୀଷ ସିସୋଡିଆଙ୍କ ନାମରେ ମଧ୍ୟ ମିଥ୍ୟା ମାମଲାରେ ଅଭିଯୋଗ କରାଯାଇଥିବା କେଜ୍‌ରିଓ୍ବାଲ କହିଛନ୍ତି।

ସୂଚନାଯୋଗ୍ୟ, ସିବିଆଇ କେଜ୍‌ରିଓ୍ବାଲଙ୍କୁ ୧୬ ତାରିଖ ପୂର୍ବାହ୍ନ ୧୧ଟାରେ ତଦନ୍ତକାରୀ ଟିମ୍‌ ଆଗରେ ହାଜର ହୋଇ ସମନର ଜବାବ ରଖିବାକୁ କୁହାଯାଇଛି। ଏହି ମାମଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଗତ ଫେବୃୟାରୀରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗିରଫ କରିଥିଲା। ସିବିଆଇକୁ କେତେକ ନୂଆ ତଥ୍ୟ ପ୍ରମାଣ ମିଳିବା ପରେ ଜେରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଡକାଯାଇଛି।

ନିର୍ଦ୍ଦିଷ୍ଟ କେତେଜଣ ମଦ ଡିଲରଙ୍କୁ ବ୍ୟବସାୟ ପାଇଁ ଲାଇସେନ୍ସ ପ୍ରଦାନ ନିମନ୍ତେ ଦିଲ୍ଲୀ ସରକାର ଅବକାରୀ ନୀତି ୨୦୨୧-୨୨ କାର୍ଯ୍ୟକାରୀ କରିଥିବା ଅଭିଯୋଗ ହୋଇଥିଲା। ଏଥିରେ ବିପୁଳ ଲାଞ୍ଚ କରବାର ହୋଇଥିଲା। ଏପରି ଅଭିଯୋଗକୁ ଏଏପି ଖଣ୍ଡନ କରିବା ସହ ଉକ୍ତ ନୀତିକୁ ପ୍ରତ୍ୟାହାର କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri